Posted inଜାତୀୟ

୧୩ଦିନରେ ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ: ବ୍ୟାଙ୍କ ମ୍ୟାନେଜରଙ୍କ ହତ୍ୟାକାରୀଙ୍କ ସମେତ ୨ଆତଙ୍କବାଦୀ ନିପାତ

ଶ୍ରୀନଗର,୧୫।୬: ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିପଡ଼ିଲେ କଶ୍ମୀରରେ ଟାର୍ଗେଟ କିଲିଂ ସମୟରେ ଜଣେ ବ୍ୟାଙ୍କ ମ୍ୟାନେଜରଙ୍କୁ ଦିନ ଦ୍ୱିପ୍ରହରରେ ହତ୍ୟା କରିଥିବା ଆତଙ୍କବାଦୀ। ଜମ୍ମୁ-କଶ୍ମୀର ଶୋପିଆନ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ହତ୍ୟାକାରୀ ଆତଙ୍କବାଦୀଙ୍କ ସମେତ ୨ଜଣ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଗୁଳିକରିଛନ୍ତି। ଏହି ୨ ଆତଙ୍କବାଦୀ ଲସ୍କର-ଇ-ତୋଏବାର ବୋଲି ଜଣାପଡ଼ିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ଶୋପିଆନର ଜାନ ମହମ୍ମଦ ଲୋନ ହୋଇଥିବା ବେଳେ ସେ ଅନ୍ୟ ଆତଙ୍କବାଦୀ ଘଟଣା ବ୍ୟତୀତ ଜୁନ ୨ରେ କୁଲଗାମରେ ବ୍ୟାଙ୍କ ମ୍ୟାନେଜର ବିଜୟ କୁମାରଙ୍କ ହତ୍ୟାରେ ମଧ୍ୟ ସମ୍ପୃକ୍ତ ଥିଲେ। ବୁଧବାର ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଗତ କିଛି ଦିନ ହେଲା ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଜାରି ରହିଛି। ଫଳରେ ସୁରକ୍ଷାକର୍ମୀ ଓ ଜମ୍ମୁ-କଶ୍ମୀର ପୋଲିସ ଘାଟିରେ ମିଳିତ ଅପରେଶନ୍‌ ଚଳାଇଛନ୍ତି। ଇତିମଧ୍ୟରେ ମଙ୍ଗଳବାର ବିଳମ୍ବିତ ରାତିରେ ଶୋପିଆନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ସୁରକ୍ଷାକର୍ମୀଙ୍କୁ ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଓ ପୋଲିସ ମିଳିତ ଭାବେ ଏହି ଅପରେଶନ୍‌ ଆରମ୍ଭ କରିଥିଲେ। ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri