ତମାଖୁ ପୁଡ଼ିଆ କିଣିବାକୁ ଯାଇଥିଲେ, ବଚସା ପରେ ଦୋକାନୀ କଲେ ଆକ୍ରମଣ; ମା’-ପୁଅ ଗୁରୁତର

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମର ଦୋକାନୀ ସୁରେନ୍ଦ୍ର ସାହୁଙ୍କ ଆକ୍ରମଣରେ ସନ୍ତୋଷ କୁମାର ପଣ୍ଡା ଏବଂ ତାଙ୍କ ମା କୁନି ପଣ୍ଡା ଗୁରୁତର ଆହାତ ହୋଇଥିବା ଅଭିଯୋଗ ହୋଇଛି। କୁନିଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୨୦୪/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି।

ସୋମବାର ରାତି ପ୍ରାୟ ୯ ଟାରେ ସନ୍ତୋଷ ସୁରେନ୍ଦ୍ରଙ୍କ ଦୋକାନକୁ ତମାଖୁ ପୁଡିଆ କିଣିବାକୁ ଯାଇଥିଲେ। କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।ଏଥିରେ ଉତ୍ତେଜିତ ହୋଇ ସୁରେନ୍ଦ୍ର ଏକ ଧାରୁଆ ଅସ୍ତ୍ର ଦ୍ୱାରା ସନ୍ତୋଷ ଙ୍କ ମୁଣ୍ଡ ଓ ଗୋଡ଼କୁ ହାଣିଦେବାରୁ ସେ ରକ୍ତାକ୍ତ ହୋଇଥିଲେ।ଖବରପାଇ ସନ୍ତୋଷଙ୍କ ମା’ କୁନି ସେଠାକୁ ଯାଇ ପଚାରିବାରୁ ସୁରେନ୍ଦ୍ର ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ସନ୍ତୋଷଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୋକାନୀ ସୁରେନ୍ଦ୍ରଙ୍କ ପୁଅ ତପୁ ସାହୁ ଏକ ଭୁଜାଲି ଧରି କୁନିଙ୍କୁ ଧମକ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି। ଅପରପକ୍ଷରେ ସନ୍ତୋଷ ଏବଂ ତାଙ୍କ ଭାଇ ପିଣ୍ଟୁ ସୁରେନ୍ଦ୍ରଙ୍କ ଦୋକାନରେ ପଶି କମ୍ପ୍ୟୁଟର, ଜେରକ୍ସ ମେସିନ,ଫ୍ରିଜ,ବାଇକ ପ୍ରଭୃତି ଆସବାବପତ୍ର ଭାଙ୍ଗି ନଷ୍ଟ କରିଥିବା ନେଇ ସୁରେନ୍ଦ୍ର ଙ୍କ ପୁଅ ପରେଶ ଥାନାରେ ପାଲଟା ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ମାମଲା ନଂ.୨୦୩/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri