ତମାଖୁ ପୁଡ଼ିଆ କିଣିବାକୁ ଯାଇଥିଲେ, ବଚସା ପରେ ଦୋକାନୀ କଲେ ଆକ୍ରମଣ; ମା’-ପୁଅ ଗୁରୁତର

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମର ଦୋକାନୀ ସୁରେନ୍ଦ୍ର ସାହୁଙ୍କ ଆକ୍ରମଣରେ ସନ୍ତୋଷ କୁମାର ପଣ୍ଡା ଏବଂ ତାଙ୍କ ମା କୁନି ପଣ୍ଡା ଗୁରୁତର ଆହାତ ହୋଇଥିବା ଅଭିଯୋଗ ହୋଇଛି। କୁନିଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୨୦୪/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି।

ସୋମବାର ରାତି ପ୍ରାୟ ୯ ଟାରେ ସନ୍ତୋଷ ସୁରେନ୍ଦ୍ରଙ୍କ ଦୋକାନକୁ ତମାଖୁ ପୁଡିଆ କିଣିବାକୁ ଯାଇଥିଲେ। କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।ଏଥିରେ ଉତ୍ତେଜିତ ହୋଇ ସୁରେନ୍ଦ୍ର ଏକ ଧାରୁଆ ଅସ୍ତ୍ର ଦ୍ୱାରା ସନ୍ତୋଷ ଙ୍କ ମୁଣ୍ଡ ଓ ଗୋଡ଼କୁ ହାଣିଦେବାରୁ ସେ ରକ୍ତାକ୍ତ ହୋଇଥିଲେ।ଖବରପାଇ ସନ୍ତୋଷଙ୍କ ମା’ କୁନି ସେଠାକୁ ଯାଇ ପଚାରିବାରୁ ସୁରେନ୍ଦ୍ର ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ସନ୍ତୋଷଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୋକାନୀ ସୁରେନ୍ଦ୍ରଙ୍କ ପୁଅ ତପୁ ସାହୁ ଏକ ଭୁଜାଲି ଧରି କୁନିଙ୍କୁ ଧମକ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି। ଅପରପକ୍ଷରେ ସନ୍ତୋଷ ଏବଂ ତାଙ୍କ ଭାଇ ପିଣ୍ଟୁ ସୁରେନ୍ଦ୍ରଙ୍କ ଦୋକାନରେ ପଶି କମ୍ପ୍ୟୁଟର, ଜେରକ୍ସ ମେସିନ,ଫ୍ରିଜ,ବାଇକ ପ୍ରଭୃତି ଆସବାବପତ୍ର ଭାଙ୍ଗି ନଷ୍ଟ କରିଥିବା ନେଇ ସୁରେନ୍ଦ୍ର ଙ୍କ ପୁଅ ପରେଶ ଥାନାରେ ପାଲଟା ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ମାମଲା ନଂ.୨୦୩/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri