ଅଜଣା ଗାଡ଼ି ଧକ୍କାରେ ପରିବା ଦୋକାନୀ ମୃତ: ମୃତଦେହ ରଖି ରାସ୍ତାରୋକୋ

ବନ୍ତ,୯।୧(ଡି.ଏନ୍‌.ଏ): ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଲକ୍ଷ୍ମୀବଜାରଠାରେ ସୋମବାର ଭୋର ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ଦୋକାନୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚଣ୍ଡିପୁର ଗ୍ରାମର ଜାହାଙ୍ଗୀର ଖାଁ। ସୂଚନା ଅନୁଯାୟୀ, ଜାହାଙ୍ଗୀର ଲକ୍ଷ୍ମୀବଜାରଠାରେ ଥିବା ଦୋକାନ ଖୋଲିବା ପାଇଁ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଭଦ୍ରକରୁ ଆନନ୍ଦପୁର ଅଭିମୁଖେ ଆସୁଥିବା ଏକ ଗାଡ଼ି ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଭୋର ସମୟ ଯୋଗୁ କେଉଁ ଗାଡ଼ି ଜାଣିପାରି ନ ଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଖବରପାଇ ପରିବାର ଲୋକଙ୍କ ସମେତ ସ୍ଥାନୀୟ ଲୋକେ ପହଞ୍ଚତ୍ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ୪ଘଣ୍ଟା ଧରି ରାସ୍ତାରୋକୋ ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।
ଖବର ପାଇ ବନ୍ତ ଥାନାଧିକାରୀ ଆଦିତ୍ୟ ପ୍ରସାଦ ଜେନା ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। ପରେ ତହସିଲଦାର ଅଙ୍କିତା ବାରିକ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ ଜିଲା ରେଡ୍‌କ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଫଳରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ବିଧାୟକ ପ୍ରତିିନିଧି ଇଂ.ପ୍ରୟାସକାନ୍ତି ସାମଲ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଜଣା ଗାଡ଼ି ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛି। ଜାହାଙ୍ଗୀରଙ୍କ ମୃତ୍ୟୁରେ ସ୍ତ୍ରୀ, ୨ ଝିଅ ଓ ୩ ପୁଅଙ୍କ ସମେତ ପରିବାରବର୍ଗ ବେସାହାରା ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri