ଅଜଣା ଗାଡ଼ି ଧକ୍କାରେ ପରିବା ଦୋକାନୀ ମୃତ: ମୃତଦେହ ରଖି ରାସ୍ତାରୋକୋ

ବନ୍ତ,୯।୧(ଡି.ଏନ୍‌.ଏ): ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଲକ୍ଷ୍ମୀବଜାରଠାରେ ସୋମବାର ଭୋର ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ଦୋକାନୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚଣ୍ଡିପୁର ଗ୍ରାମର ଜାହାଙ୍ଗୀର ଖାଁ। ସୂଚନା ଅନୁଯାୟୀ, ଜାହାଙ୍ଗୀର ଲକ୍ଷ୍ମୀବଜାରଠାରେ ଥିବା ଦୋକାନ ଖୋଲିବା ପାଇଁ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଭଦ୍ରକରୁ ଆନନ୍ଦପୁର ଅଭିମୁଖେ ଆସୁଥିବା ଏକ ଗାଡ଼ି ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଭୋର ସମୟ ଯୋଗୁ କେଉଁ ଗାଡ଼ି ଜାଣିପାରି ନ ଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଖବରପାଇ ପରିବାର ଲୋକଙ୍କ ସମେତ ସ୍ଥାନୀୟ ଲୋକେ ପହଞ୍ଚତ୍ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ୪ଘଣ୍ଟା ଧରି ରାସ୍ତାରୋକୋ ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।
ଖବର ପାଇ ବନ୍ତ ଥାନାଧିକାରୀ ଆଦିତ୍ୟ ପ୍ରସାଦ ଜେନା ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। ପରେ ତହସିଲଦାର ଅଙ୍କିତା ବାରିକ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ ଜିଲା ରେଡ୍‌କ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଫଳରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ବିଧାୟକ ପ୍ରତିିନିଧି ଇଂ.ପ୍ରୟାସକାନ୍ତି ସାମଲ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଜଣା ଗାଡ଼ି ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛି। ଜାହାଙ୍ଗୀରଙ୍କ ମୃତ୍ୟୁରେ ସ୍ତ୍ରୀ, ୨ ଝିଅ ଓ ୩ ପୁଅଙ୍କ ସମେତ ପରିବାରବର୍ଗ ବେସାହାରା ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri