ଗୁଳି ମାଡ଼ରେ ଦୋକାନୀଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତା ଅବରୋଧ

କେନ୍ଦୁଝର,୧୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବହାଳୀ ଗ୍ରାମରେ ଗତ ୨୬ ତାରିଖରେ ଗୁଳି ମାଡ଼ ହୋଇଥିଲା। ଏଥିରେ ଗୁରୁତର ହୋଇ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।
ମଙ୍ଗଳବାର ଗ୍ରାମବାସୀ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରେ ମୃତଦେହ ରଖି ଅବରୋଧ କରିଛନ୍ତି। ଫଳରେ ନରଣପୁର-ବ୍ରାହ୍ମଣୀପାଳ ରାସ୍ତାରେ ଯାତାୟାତ ବନ୍ଦ ରହିଛି। ଏହି ଘଟଣାରେ ଜଣେ ଆତ୍ମସମର୍ପଣ କରିଥିବା ବେଳେ ଅନ୍ୟ ଜଣେ ଫେରାର ଅଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା ଜାରି ରଖିଛି ।