ଖୁଚୁରା ଗ୍ରହଣ କରୁନାହାନ୍ତି ଦୋକାନୀ

କୁତ୍ରା,୩ା୭(ଦେବାଶିଷ ସାହୁ): କୁତ୍ରା ଅଞ୍ଚଳରେ ଟଙ୍କିକିଆ, ୨ଟଙ୍କିଆ କଏନ ବର୍ତ୍ତମାନ ସ୍ଥିତିରେ କେହି ନେବାକୁ ରାଜି ହେଉନାହାଁନ୍ତି। ଫଳରେ ଲୋକଙ୍କ ପାଇଁ ଏହା ସମସ୍ୟା ସୃଷ୍ଟି କରୁଛି। ପାନ ଦୋକାନ, ଚା’ ଦୋକାନ, ପରିବା ଦୋକାନ ଏବଂ ବଡ଼ବଡ଼ ବ୍ୟବସାୟୀ ମଧ୍ୟ ଖୁଚୁରା ଟଙ୍କା ଗ୍ରହଣ କରୁ ନ ଥିବା ଦେଖିବାକୁ ମିଳୁଛି। ଏପରିକି ବ୍ୟାଙ୍କ ଏବଂ ଅର୍ଥ ଲଗାଣକାରୀ ସଂସ୍ଥା ଗୁଡ଼ିକ ମଧ୍ୟ ଖୁଚୁରା ନେବାରେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ତେଣୁ ସେମାନଙ୍କ ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଟଙ୍କିକିଆ, ୨ ଟଙ୍କିଆ ମୁଦ୍ରା ଉପରେ କୌଣସି ନିଷେଦ୍ଧାଦେଶ ଜାରି କରି ନଥିବା ବେଳେ ଦୋକାନୀ ଏବଂ ବ୍ୟାଙ୍କ କ’ଣ ପାଇଁ ଖୁଚୁରା ପଇସା ଗ୍ରହଣ କରୁନାହାଁନ୍ତି ତାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏନେଇ ଜିଲା ପ୍ରଶାସନ ଦୃଷ୍ଟି ଦେଲେ ସମାଧାନ ହୋଇପାରନ୍ତା ବୋଲି ଗରିବ ଶ୍ରେଣୀର ଲୋକେ କହିଛନ୍ତି।

ମତାମତ
ବର୍ତ୍ତମାନ ସମୟ ଏମିତି ହୋଇଛି ଯେ ସାଧାରଣ ଲୋକ ମଧ୍ୟ ଖୁଚୁରା ଗ୍ରହଣ କରିବା ପାଇଁ କୁଣ୍ଠାବୋଧ କରୁଛନ୍ତି। ବ୍ୟାଙ୍କ ମଧ୍ୟ ବିଭିନ୍ନ ଆଳ ଦେଖାଇ ଏହାକୁ ଗ୍ରହଣ କରୁ ନ ଥିବାରୁ ଦୋକାନୀମାନେ ଏହା ଗ୍ରହଣ କରୁ ନ ଥିବା କହିଛନ୍ତି।
-ମିଶ୍ର ଗନ୍ଧା(ବ୍ୟବସାୟୀ)
ଗୋଟେ ଗୋଟେ ଦୋକାନୀ ଖୁଚୁରା ଗ୍ରହଣ କରୁଛନ୍ତି। ଫଳରେ ଆମକୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଘରେ ଖୁଚୁରା ପଇସା ଗଦା ହୋଇଛି। କିନ୍ତୁ କୌଣସି କାର୍ଯ୍ୟରେ ଆସୁନାହିଁ। ଏଦିଗରେ ପ୍ରଶାସନ ଦୃଷ୍ଟି ଦେବାକୁ ସେ ଅନୁରୋଧ କରିଛନ୍ତି।
-ଟଙ୍କଧର ବରିହା(ସଧାରଣ ଲୋକ)


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri