ଉଚ୍ଛେଦକୁ ବିରୋଧ କରି ରାସ୍ତାରୋକୋ:ଧାରଣାରେ ବସିଲେ ଦୋକାନୀ

ନବରଙ୍ଗପୁର, ୯।୬(ସଦାଶିବ ପ୍ରହରାଜ): ସ୍ଥାନୀୟ ମହାରାଣୀ କ୍ଳବ ଜମିରେ ବହୁ ବର୍ଷ ହେବ ସ୍ଥାନୀୟ ୧୩ ଜଣ ଦୋକାନ କରି ଆସୁଛନ୍ତି । ସେମାନଙ୍କୁ କ୍ଳବ ପକ୍ଷରୁ ଉଠିଯିବାକୁ କୁହାଯାଇଥିଲା। ତେବେ ଦୋକାନୀମାନେ କ୍ଳବକୁ ଭଡା ମଧ୍ୟ ଦେଇ ଆସୁଛନ୍ତି। ଏନେଇ ୧୩ ଜଣ ଦୋକାନୀ ହାଇକୋର୍ଟରୁ ସ୍ଥଗିତାଦେଶ ୪ ତାରିଖରେ ଆଣିଥିଲେ ମଧ୍ୟ ଜବରଦସ୍ତ ଭାବେ ଉଚ୍ଛେଦ କରିବାକୁ ସୋମବାର ମେସିନ ଲଗାଯାଇଥିବା ପ୍ରତିବାଦରେ ଦୋକାନୀ ଓ ସ୍ଥାନୀୟ ଲୋକେ ସରକାରୀ ବସ ଷ୍ଟାଣ୍ଡ ଛକରେ ୨୬ ନମ୍ବର ଜାତୀୟ ରାଜପଥ ଉପରେ ଧାରଣାରେ ବସି ରାସ୍ତାରୋକୋ କରିଛନ୍ତି ।
ନବରଙ୍ଗପୁର ଥାନା ଅଧିକାରୀ ସମ୍ବିତ ବେହେରା ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିବା ସହିତ ରାସ୍ତାରୋକୋରୁ ହଟାଇବା ପାଇଁ ବୁଝାସୁଝା କରୁଛନ୍ତି। ସାମାଜିକ କର୍ମୀ ଶିତେଶ ପଟ୍ଟନାୟକଙ୍କ ନେତୃତ୍ୱରେ ୧୩ ଜଣ ଦୋକାନୀ ରାସ୍ତାରୋକୋ କରି ଉପଜିଲାପାଳ ଓ ଅତିରିକ୍ତ ଜିଲାପାଳ ଆସି ସମସ୍ୟାର ସମାଧାନ କରନ୍ତୁ । ତାହା ନ ହେଲେ କେହି ଆନ୍ଦୋଳନରୁ ହଟିବେ ନାହିଁ ବୋଲି ଜିଦରେ ଅଟଳ ରହିଛନ୍ତି । ତେବେ ପୋଲିସ ଆନ୍ଦୋଳନର ଏକ ଘଣ୍ଟା ପରେ ପହଁଛି ରାସ୍ତାରେ ଗାଡି ଚଳାଚଳ ସ୍ବାଭାବିକ କରିଥିଲା। ଏଯାଏ ପୋଲିସ ଓ ଆନ୍ଦୋଳନ କାରୀଙ୍କ ମଧ୍ୟରେ ଆଲୋଚନା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି , କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri