ବାକିରେ ସିଗାରେଟ ନ ଦେବାରୁ ପାନ ଦୋକାନୀଙ୍କୁ ହତ୍ୟା

ଦିଗପହଣ୍ଡି/କୁକୁଡ଼ାଖଣ୍ଡ/କବିସୂର୍ଯ୍ୟନଗର,୧ା୨: ଗଞ୍ଜାମ ଜିଲାରେ ପୁଣି ୨ଟି ହତ୍ୟାକାଣ୍ଡ ଘଟିଛି। ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ରବିବାର ରାତିରେ ବାକି ଟଙ୍କା ମାଗିବାରୁ ଜଣେ ପାନ ଦୋକାନୀଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ସେହିପରି କବିସୂର୍ଯ୍ୟନଗର ଥାନା ବାଉଁଶିଆ ଗ୍ରାମରେ ଜଣେ ମଦ ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରାଯିବାରୁ ତାଙ୍କର ଜୀବନ ଯାଇଛି।
ସୂଚନା ଯୋଗ୍ୟ, ରବିବାର ରାତିରେ ଦୁଷ୍ମନ୍ତଙ୍କ ଦୋକାନକୁ ୨ଜଣ ଯୁବକ ଆସି ପାଣି ଓ ସିଗାରେଟ ମାଗିଥିଲେ। ଦୁଷ୍ମନ୍ତ ପଇସା ମାଗିବାରୁ ସେମାନେ ପରେ ଦେବେ ବୋଲି କହିଥିଲେ। ଏନେଇ ଯୁକ୍ତିତର୍କ ହୋଇଥିଲା। ପରେ ଦୁଷ୍ମନ୍ତ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ହେଲେ ବାକି ମାଗିଥିବା ସମ୍ପୃକ୍ତ ୨ ଯୁବକଙ୍କ ସମେତ ୧୦ରୁ ଊଦ୍ଧର୍‌ବ ବ୍ୟକ୍ତି ବିଭିନ୍ନ ମାରଣାସ୍ତ୍ର ଧରି ଦୁଷ୍ମନ୍ତଙ୍କ ଘର ପାଖକୁ ଯାଇ ଗାଳିଗୁଲଜ କରିଥିଲେ। ପରିବାର ଲୋକେ ପ୍ରତିବାଦ କରିବାରୁ ସେମାନେ ଦୁଷ୍ମନ୍ତଙ୍କୁ ଘରୁ ଟାଣିନେଇ ଲୁହାଛଡ଼ ଓ ଖଣ୍ଡାରେ ଆକ୍ରମଣ କରିବା ସହ ପଥରରେ ଛେଚି ଦେଇଥିଲେ। ଦୁଷ୍ମନ୍ତଙ୍କ ଭାଇ ବିକ୍ରମ ଓ ମା’ ଛଡାଇବାକୁ ଆସିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ୨ ଭାଇଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ମେଡିକାଲକୁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଦୁଷ୍ମନ୍ତଙ୍କ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଅଧିକାରୀ ବସନ୍ତ କୁମାର ସେଠୀ, ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ଏ ନେଇ ନଂ. ୨୨/୨୧ରେ ୧୧ ଅଭିଯୁକ୍ତଙ୍କ ନାଁରେ ମାମଲା ରୁଜୁ ହୋଇଛି। ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି।ଗାଁ ଠାକୁରାଣୀ ମନ୍ଦିର ଉନ୍ନୟନ କାମକୁ ନେଇ ଆକ୍ରମଣକାରୀ ଓ ଦୁଷ୍ମନ୍ତଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ରହିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସେହିପରି ବାଉଁସିଆ ଗ୍ରାମରେ ମଦ ବ୍ୟବସାୟକୁ ନେଇ ସୁଶାନ୍ତ ବିଶ୍ୱାଳଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିଲା। ତାଙ୍କୁ ପ୍ରଥମେ ପୋଲସରା ଡାକ୍ତରଖାନା ଓ ସେଠାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଥିଲା। ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ସୁଶାନ୍ତ ଓ ତାଙ୍କ ଶାଳକ (ମାମୁ ଶ୍ୱଶୁରଙ୍କ ପୁଅ) ମିଶି ବାଉଁସିଆ ଗାଁ ଆମ୍ବତୋଟାରେ ଚୋରାରେ ମଦ ବିକ୍ରି କରୁଥିଲେ। ୩ ଜଣ ଦୁର୍ବୃତ୍ତ ରବିବାର ରାତିରେ ମଦ ବିକ୍ରି ହେଉଥିବା କୁଡ଼ିଆ ନିକଟକୁ ଆସି ସୁଶାନ୍ତଙ୍କୁ ଡାକିଥିଲେ। ସୁଶାନ୍ତ ବାହାରକୁ ଆସିବାରୁ ସେମାନେ ଅତର୍କିତ ଭାବେ ଖଣ୍ଡାରେ ଆକ୍ରମଣ କରିଥିଲେ। ଶାଳକ ଏହା ଦେଖି ଦୌଡ଼ିଯାଇ ଘର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ସୁଶାନ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ସୁଶାନ୍ତଙ୍କ ବାପା ସୁରେନ୍ଦ୍ର ବିଶ୍ୱାଳଙ୍କ ଏତଲା ପ୍ରକାରେ କବିସୂର୍ଯ୍ୟନଗର ଥାନାରେ ନଂ.୨୮/୨୧ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?