ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା ଦୋକାନୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଥଇଥାନ କରାଯିବାରେ ବିଳମ୍ବକୁ ନେଇ ଦେଖାଯାଇଛି ଉତ୍ତେଜନା। ଶୁକ୍ରବାର ସମସ୍ତ ଉଠାଦୋକାନୀ ହେଲିପ୍ୟାଡ଼ ପଡିଆଠାରେ ଏକତ୍ରିତ ହୋଇଥିଲେ। ସେଠାରୁ ଶୋଭାଯାତ୍ରାରେ ଆସି ତହସିଲ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ସେଠାରେ ଦୀର୍ଘ ସମୟ ଧରି ଧାରଣାରେ ବସିଥିଲେ।
ସେମାନଙ୍କ ଦାବି ଯେ, ପ୍ରଶାସନ ଦୀର୍ଘ ମାସେରୁ ଉର୍ଦ୍ଧ୍ୱ ସମୟ ଧରି ଉଠାଦୋକାନୀଙ୍କୁ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କରିଥିଲେ ସୁଦ୍ଧା ଏବେ ପର୍ଯ୍ୟନ୍ତ ସେମାନଙ୍କୁ ଥଇଥାନ କରାଯାଇପାରିନି। ଫଳରେ ଗରିବ ଖଟିଖିଆ ପରିବାର ଏବେ ଦୀର୍ଘ ସମୟ ଧରି ନିଜ ବ୍ୟବସାୟ ବନ୍ଦ ଯୋଗୁ ପରିବାର ଚଲାଇବା ମୁସ୍କିଲ ହୋଇପଡ଼ିଛି। ଏବେ ଘର ଚଳାଇବା ଓ ପିଲାଙ୍କ ପାଠ ପଢ଼ାଖର୍ଚ୍ଚ ସହ ସ୍ବାସ୍ଥ୍ୟପାଇଁ ଖର୍ଚ୍ଚ ଉଠାଇବା କଷ୍ଟକର ହୋଇପଡ଼ିଛି। କିଭଳି ଚଳିବେ ସେନେଇ ବଢିଛି ଚିନ୍ତା। ତେଣୁ ଆମକୁ ଥଇଥାନ କର, ନ ହେଲେ ଆମକୁ ଖାଇବାକୁ ଦିଅ, ଘର ଖର୍ଚ୍ଚ ଦିଅ ବୋଲି ନାରାବାଜି ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଉଠାଦୋକାନୀଙ୍କ ଏଭଳି ଆନ୍ଦୋଳନକୁ ଦେଖି ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର, ଅତିରିକ୍ତ ତହସିଲଦାର ଦୁଃଶାସନ ସ୍ବାଇଁ, ଆଇଆଇଆସି ସଂଗ୍ରାମ କେଶରୀ ଜେନା, ଦାରିଙ୍ଗବାଡି ସରପଞ୍ଚ ଚନ୍ଦ୍ରିକା ମଲିକ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରୋଶନ ରଥ ପ୍ରମୁଖ ତହସିଲଦାରଙ୍କ ପ୍ରକୋଷ୍ଠରେ ଏକ ବୈଠକ କରି ସେମାନଙ୍କ ଥଇଥାନ ପାଇଁ ଆଲୋଚନା କରିଥିଲେ। ଉଠାଦୋକାନୀଙ୍କ ଥଇଥାନ ପାଇଁ ଆସନ୍ତା ୧୫ ଦିନ ମଧ୍ୟରେ ପିଣ୍ଡି ନିର୍ମାଣ ସହ ଯେଉଁଠି ପିଣ୍ଡି ରହିଛି, ତାକୁ ଅସ୍ଥାୟୀ ଗୃହ କରାଯାଇ ଥଇଥାନ ପାଇଁ ନିଷ୍ପତି ନିଆଯାଇଥିଲା। ପରେ ଉଠାଦୋକାନୀ ସଂଘର ସଭାପତି ମିହିର ମଲିକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପ୍ରଶାସନ ସହ ଆଲୋଚନା କରିବା ପରେ ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ଓହରିଥିଲେ। ଏଥିସହ ସଂଘ ପକ୍ଷରୁ ଥଇଥାନ ନିମନ୍ତେ ଏକ ଦାବି ପତ୍ର ବିଡ଼ିଓ ପ୍ରୀତିରଞ୍ଜନ ରଥ ଏବଂ ତହସିଲଦାର ଧୀରଜ ପାତ୍ରଙ୍କୁ ପ୍ରଦାନ କରାଯାଇଥିବା ସଂଘର ସଭାପତି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri