କ୍ଷୁଦ୍ର ଚଳଚ୍ଚିତ୍ର ‘ଅଭିନନ୍ଦନ’କୁ ପ୍ରଥମ ସ୍ଥାନ

ନବରଙ୍ଗପୁର,୭ା୪(ବି.ପ୍ର.): ଜୟପୁରଠାରେ ଅନୁଷ୍ଠିତ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୨୬ଟି କ୍ଷୁଦ୍ର ଚଳଚ୍ଚିତ୍ର ମଧ୍ୟରୁ ନବରଙ୍ଗପୁର ତ୍ରିଶକ୍ତି ସିନେ କମ୍ବାଇନ୍ସ ଦ୍ୱାରା ନିର୍ମିତ ଏବଂ ମନୋଜ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଅଭିନନ୍ଦନ’କୁ ମିଳିଛି ପ୍ରଥମ ସ୍ଥାନ। ଏଥିରେ ରାଜ୍ୟ ସଭା ସଦସ୍ୟ ତଥା ଅଭିନେତା ମୁନା ଖାନ୍‌ଙ୍କ ସହ ସଞ୍ଜୀବ ସିଂ, କାଳିକିଙ୍କର ପଟ୍ଟନାୟକ, ବିଷ୍ଣୁ ବିଷୋୟୀ, ଟିଙ୍କୁ ଜୈନ,ଲକ୍ଷ୍ମୀ ସିଂ, ଟଙ୍କ ଜାନି, ନିର୍ମଳ ସାହୁ ପ୍ରମୁଖ ଅଭିନୟ କରିଛନ୍ତି। ପୁରସ୍କାର ବାବଦରେ ୨୫ହଜାର ଟଙ୍କା ସିଲ୍‌ଡ ଓ ମାନପତ୍ର ମିଳିଛି। ତ୍ରିଶକ୍ତିର ସଂଯୋଜିକା ଡ. ସଂଯୁକ୍ତା ପଣ୍ଡା ଏବଂ ପ୍ରଯୋଜନା ସଞ୍ଚାଳକ ରୂପେ ତୁଷାରକାନ୍ତି ଖୋସ୍‌ଲା ସହଯୋଗ କରିଛନ୍ତି। କୁମାର ସମର ଗୀତ ଗାଇଛନ୍ତି। ଏହି ଚଳଚ୍ଚିତ୍ରକୁ ବିଭିନ୍ନ ବିଭାଗରେ ୮ଟି ପୁରସ୍କାର ମିଳିଛି। ସେଥିମଧ୍ୟରେ ଶ୍ରେଷ୍ଠ ନିର୍ଦ୍ଦେଶକ ଏବଂ ଶ୍ରେଷ୍ଠ କାହାଣୀକାର ରୂପେ ନିର୍ଦ୍ଦେଶକ ମନୋଜ କୁମାର ପଟ୍ଟନାୟକ ପୁରସ୍କୃତ ହୋଇଛନ୍ତି। ଏହି ଅବସରରେ ପଟ୍ଟନାୟକ ଜୟପୁର କଳା ଓ କଳାକାର ଗ୍ରୁପ୍‌ ଏବଂ ବିଚାରକ ଦାୟିତ୍ୱ ତୁଲାଇଥିବା ବରିଷ୍ଠ ନିର୍ଦ୍ଦେଶକ ଗୋପାଳ ସାମନ୍ତରାୟ, ବାମଦେବ ମହାପାତ୍ର ଏବଂ ସନ୍ତୋଷ ଦାସଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ଖବର ଜଣାପଡିବା ପରେ ନବରଙ୍ଗପୁର ଜିଲାରେ କଳାକାରଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri