ବିଓବି ପକ୍ଷରୁ ‘ଲଘୁ ଫିଲ୍ମ ସମୀକ୍ଷା ଲେଖନ’ ପ୍ରତିଯୋଗିତା

ଭୁବନେଶ୍ୱର,୮।୬: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ‘ଲଘୁ ଫିଲ୍ମ ସମୀକ୍ଷା ଲେଖନ’ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଉକ୍ତ ପ୍ରତିଯୋଗିତାରେ ଓଡ଼ିଶା କ୍ଷେତ୍ରର ବିଭିନ୍ନ ବ୍ୟାଙ୍କ ଏବଂ ବୀମା କମ୍ପାନୀଗୁଡ଼ିକର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ ବିଓବି ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ରାଜୀବ କ୍ରିଷ୍ଣା ପ୍ରତିଯୋଗିତାର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବା ସହ କାର୍ଯ୍ୟକ୍ଷେତ୍ରରେ ଅଧିକରୁ ଅଧିକ ହିନ୍ଦୀ ଭାଷାର ବ୍ୟବହାର ଓ ରାଜଭାଷା ଜରିଆରେ କାର୍ଯ୍ୟ କରିବାକୁ ସେ ସମସ୍ତଙ୍କୁ ପ୍ରୋତ୍ସାହିତ କରିଥିଲେ। ଉଲ୍ଲେଖଯୋଗ୍ୟ, ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟରତ ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ବ୍ୟାଙ୍କ) ଭୁବନେଶ୍ୱର ଦେଶର ଏକ ପ୍ରମୁଖ ସମିତି ଭାବେ ହୋଇଥିବା ବେଳେ ଉକ୍ତ ସମିତିକୁ ଉତ୍କୃଷ୍ଟ ରାଜଭାଷା କାର୍ଯ୍ୟାନ୍ବୟନ ନିମନ୍ତେ ସର୍ବୋଚ୍ଚ ପୁରସ୍କାର ‘କୀର୍ତ୍ତି ପୁରସ୍କାର’ ପ୍ରାପ୍ତ ହୋଇଛି। ସେହିଭଳି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ବୀମା କମ୍ପାନୀଗୁଡ଼ିକରେ ରାଜଭାଷା ହିନ୍ଦୀର ପ୍ରୟୋଗକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଦ୍ୱାରା ଦେଶର ବିଭିନ୍ନ ସହରରେ ଏହି ସମିତିଗୁଡ଼ିକର ଗଠନ କରାଯାଇଛି। ଏପରିକି ଭୁବନେଶ୍ୱରରେ କାର୍ଯ୍ୟରତ ନଗର ସମିତି ମଧ୍ୟ ଉକ୍ତ ସମିତିଗୁଡ଼ିକ ମଧ୍ୟରୁ ଅନ୍ୟତମ ବୋଲି ବିଓବି ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ସମିତିର ସଦସ୍ୟମାନେ ବିଭିନ୍ନ ସମୟରେ କାର୍ଯ୍ୟାଳୟ ସମିତି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଏବଂ ପ୍ରତିଯୋଗିତାର ଆୟୋଜନ କରିଥାନ୍ତି। ଏହି କ୍ରମେରେ ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ‘ଲଘୁ ଫିଲ୍ମ ସମୀକ୍ଷା ଲେଖନ’ ପ୍ରତିଯୋଗିତାର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri