ଟମାଟୋର ଅଭାବୀ ବିକ୍ରି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ, ୧୬ା୧:ଦୁଇ ମାସ ପୂର୍ବେ କେନ୍ଦ୍ରାପଡ଼ା ଜିଲାରେ ଟମାଟୋ ଦର ଆକାଶଛୁଅଁା ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ବିକ୍ରି ହେଉଥିଲା। ଏବେ ଏହାର ଅଭାବୀ ବିକ୍ରି ଆରମ୍ଭ ହୋଇଛି। କେଜି ପ୍ରତି ମାତ୍ର ୩ ଟଙ୍କାରେ ଚାଷୀ କ୍ଷେତରେ ବେପାରୀଙ୍କୁ ବିକୁଛନ୍ତି। ହାଟକୁ ଆଣି ଗଦା କଲେ ମଧ୍ୟ ବିକ୍ରି ହେଉନି। ହାଟରେ ୬ରୁ ୧୦ ଟଙ୍କା ମଧ୍ୟରେ ବ୍ୟବସାୟୀ ବିକ୍ରି କରୁଛନ୍ତି। ଏପରି କି ହାଟ ଶେଷ ବେଳକୁ ଟମାଟୋ ବିକ୍ରି ନ ହେବାରୁ ବ୍ୟବସାୟୀ ଛାଡି ଚାଲିଯାଉଥିବା ଦେଖାଯାଇଛି। ଅପରପକ୍ଷରେ ଜିଲାରେ ଫସଲ ସଂରକ୍ଷଣ ପାଇଁ ଶୀତଳଭଣ୍ଡାର ନାହିଁ। ସରକାରୀ ମଣ୍ଡି ନ ଥିବାରୁ ଟମାଟୋ ଦର ଶସ୍ତା ହେବାରୁ ହୀନସ୍ତା ହେଉଥିବା ସ୍ଥାନୀୟ ଚାଷୀ ମତ ଦେଇଛନ୍ତି। ସେହିପରି ଟମାଟୋ ସସ୍‌ ପରି କ୍ଷୁଦ୍ର ଶିଳ୍ପ ପାଇଁ ଆଶାୟୀ ଯୁବ ଶିଳ୍ପୋଦ୍ୟୋଗୀ ଋଣ ପାଇବାକୁ ସକ୍ଷମ ହେଉ ନ ଥିବା ମତ ମିଳିଛି।
ଡେରାବିଶ ବ୍ଲକ ନହଙ୍ଗ ଗଁାର ଟମାଟୋ ଚାଷୀ ରତିକାନ୍ତ ସାହୁ କହିଛନ୍ତି, ଚଳିତ ବର୍ଷ ଟମାଟୋ ଫସଲ ଭଲ ହୋଇଛି। ତେବେ ବିକ୍ରିକୁ ନେଇ ସମସ୍ତ ଚାଷୀ ଅଡୁଆରେ ପଡିଛନ୍ତି। ବଜାରରେ କେଜି ପ୍ରତି ୬ ଟଙ୍କା ବିକ୍ରି ହେଉଥିବା ବେଳେ ଗ୍ରାମ ବେପାରୀ କୁଇଣ୍ଟାଲ ପ୍ରତି ମାତ୍ର ୩୦୦ ଟଙ୍କା ଦେଉଛନ୍ତି। ଅଧିକ ପରିମାଣର ଅମଳକୁ ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ବିକ୍ରି ପାଇଁ ବାଧ୍ୟ ହେଉଛୁ। ଚଳିତ ଥର ଚାଷରୁ ପ୍ରାୟ ୧୦ ହଜାର ଟଙ୍କା କ୍ଷତି ହେବ ବୋଲି ସେ ଆକଳନ କରିଛନ୍ତି। ପଟ୍ଟାମୁଣ୍ଡାଇର ବୀରେନ କୁମାର ଦାସ କହିଛନ୍ତି, ଜିଲାରେ ପ୍ରାୟ ୩୦,୦୦୦ରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ଚାଷୀ ଟମାଟୋ ଚାଷ କରିଥିଲେ। ଏତେ ପରିମାଣରେ ଫସଲ ଉପତ୍ାଦନ ପରେ ଜିଲାରେ ଶୀତଳଭଣ୍ଡାର ନ ଥିବାରୁ ସଂରକ୍ଷିତ ରଖାଯାଇ ପାରୁନାହିଁ। ସେହିପରି ସରକାରୀ ମଣ୍ଡି ନ ଥିବାରୁ ଟମାଟୋର ଦର ବହୁତ କମ୍‌ ହେଉଛି। ଏହାର ନିରାକରଣ ହୋଇପାରିଲେ ରାଜ୍ୟ ସରକାରଙ୍କ ପନିପରିବା ଦରର ସଫଳ ମୁକାବିଲା ହୋଇପାରିବ। ଯୁବ ଶିଳ୍ପୋଦ୍ୟୋଗୀ ରତନଲାଲ ସାମଲ କହିଛନ୍ତି, ଜିଲାରେ ଟମାଟୋ ଓ ଆଳୁ ଉପତ୍ାଦନ ସମୟରେ ଅଭାବୀ ବିକ୍ରି ହେଉଛି। ଏହାକୁ ଲକ୍ଷ୍ୟ କରି ଟମାଟୋ ସସ୍‌ ଓ ଆଳୁ ଚିପ୍‌ସର କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ପାଇଁ ୨ବର୍ଷ ହେବ ବିଭିନ୍ନ ବ୍ୟାଙ୍କ ଓ ଜିଲା ଶିଳ୍ପ କେନ୍ଦ୍ର ସହ ଯୋଗାଯୋଗ ରଖାଯାଇଛି। ଜିଲା ଶିଳ୍ପ କେନ୍ଦ୍ର ଓ ବ୍ୟାଙ୍କ ସମୂହର ସମନ୍ବୟ ନ ଥିବାରୁ ଏହି କୃଷିଭିତ୍ତିକ ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ପାରି ନ ଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ କୃଷକ ନେତା ଗୟାଧର ଧଳ କହିଛନ୍ତି, ଜିଲାର ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଏଥିପାଇଁ ସରକାରୀ ସହଯୋଗ ମିଳୁନାହିଁ। ଅର୍ଥକରୀ ଫସଲଠାରୁ ଆରମ୍ଭ କରି ପାରମ୍ପରିକ ଧାନ ଚାଷରେ ବହୁ ପରିବର୍ତ୍ତନ ଆସିଲାଣି। ତେବେ ଚାଷୀଙ୍କ ପାଇଁ ଉନ୍ନତମାନର ବିହନ ସହ ତାଲିମର ବ୍ୟବସ୍ଥା ନାହଁି। ଚାଷୀ ଏବେ ସରକାରୀ ସହଯୋଗ ବିନା ପାରମ୍ପରିକ ଭାବେ ଚାଷ କରୁଛି। ଉପତ୍ାଦିତ ଫସଲ ବାହାର ଜିଲା ବା ରାଜ୍ୟକୁ ଯାଇପାରୁନାହିଁ। ଶୀତଳଭଣ୍ଡାର ନିର୍ମାଣ, ଫୁଡ ପ୍ରୋସେସିଂ ୟୁନିଟ ସ୍ଥାପନ ଓ ସରକାରୀ ମଣ୍ଡି ସହାୟତାରେ ଏହି ସମସ୍ୟାର ସମାଧାନ ହୋଇପାରିବ। ଏ ସମ୍ପର୍କରେ ଉପଜିଲାପାଳ ନିରଞ୍ଜନ ବେହେରାଙ୍କୁ ପଚାରିବାରେ ଗ୍ରାମୀଣ ଶୀତଳଭଣ୍ଡାର ନିର୍ମାଣକୁ ଗୁରୁତ୍ୱ ଦିଆଯାଇଛି। ନିକଟରେ କେନ୍ଦ୍ରାପଡ଼ା ବ୍ଲକ ଚନ୍ଦନପୁରଠାରେ ଏକ ସୌରଚାଳିତ ଶୀତଳଭଣ୍ଡାର ଉଦ୍‌ଘାଟନ ହୋଇଛ। ଚାଷୀ ନିଜ ଘରେ ଶୀତଳ ଭଣ୍ଡାର ନିର୍ମାଣ କଲେ ୫୦ ପ୍ରତିଶତ ରିହାତି ଅନୁଦାନ ମିଳିଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଠୁ ପ୍ରଚାର ଆରମ୍ଭ କରିବେ ନବୀନ, ଏଥର ଯୋଡ଼ି ଶଙ୍ଖ ପ୍ରଚାର

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri