ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର ରୋଗୀଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିବା ବେଳେ ସେମାନଙ୍କୁ ଅନ୍ୟତ୍ର ନେବାକୁ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ମିଳୁନି ଆମ୍ବୁଲାନ୍ସ ଫଳରେ ସ୍ୱସ୍ତ୍ୟକେନ୍ଦ୍ରର ଅନ୍ତଃ ବିଭାଗ ସମ୍ମୁଖରେ ରୋଗୀଙ୍କ ସମ୍ପର୍କୀୟ ଓ ସ୍ଥାନୀୟ ଲୋକଙ୍କ ଘଟଣାକୁ ନେଇ ଦେଖାଯାଇଛି ଉତ୍ତେଜନା  ଦିନରେ ଅନ୍ୟତ୍ର ଯିବାକୁ ପରାମର୍ଶ ଦିଆଯାଇଥିବା ବେଳେ ସଂଧ୍ୟା ସାଢେ ୭ ଟା ବାଜିଥିଲେ ମଧ୍ୟ ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଇବା ବ୍ୟବସ୍ଥା ହୋଇପାରି ନ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ପାଇଁ କୌଣସି ଉତ୍ତମ ବ୍ୟବସ୍ଥା ନଥିବାରୁ ଅସନ୍ତୋଷ ବୃଦ୍ଧି ପାଇଛି।

ପ୍ରକାଶ ଯେ, ଉକ୍ତ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ସିଆଙ୍ଗବାଲିର ଅନିତା ପ୍ରଧାନଙ୍କୁ ଅକ୍ସିଜେନ ଦେଇ ରଖାଯାଇଛି କିନ୍ତୁ ତାଙ୍କୁ ଅନ୍ୟତ୍ର ନେବାକୁ ଆମ୍ବୁଲାନ୍ସ ନାହିଁ ସେ ଗୁରୁତର ରହିଥିବା ପରିବାର ଲୋକ କହିଛନ୍ତି ସେହିପରି ଭ୍ରମରବାଡ଼ି ପଞ୍ଚାୟତ କେରୁବାଡିର ସରୋଜିନୀ ମଲିକ ମଧ୍ୟ ଗୁରୁତର ଅବସ୍ଥାରେ ରହିଥିବା ବେଳେ ତାଙ୍କୁ ମଧ୍ୟ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ଯିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି କିନ୍ତୁ ଆମ୍ବୁଲାନ୍ସ ନ ଥିବାରୁ ୨ଟି  ମହିଳା ରୋଗୀ ଗୁରୁତର ଭାବେ ରହିଥିବା ନାରୀନେତ୍ରୀ ବିଳାସିନୀ ନାୟକ ଅଭିଯୋଗ କରିଛନ୍ତି ସ୍ୱାସ୍ଥ୍ୟକେନ୍ଦ୍ର ର ଅବ୍ୟବସ୍ଥା ପାଇଁ ଜି. ଉଦୟଗିରି ବିଧାୟକଙ୍କ ଦାରିଙ୍ଗବାଡି ପ୍ରତିନିଧି ପ୍ରମୋଦ କୁମାର ଦିଗାଲ, ଚିତ୍ରସେନ ନାୟକ,ମିଖାଇଲ ପ୍ରଧାନ, ରିପୁନ ପ୍ରଧାନଙ୍କ ସମେତ ବହୁ ଲୋକ ଏହାକୁ ପ୍ରତିବାଦ କରିବା ସହ ଆସନ୍ତା ସୋମବାର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରର ସମ୍ମୁଖରେ ଧାରଣା ଦିଆଯିବ ବୋଲି ନାରୀନେତ୍ରୀ ବିଳାସିନୀ ନାୟକ ଚେତାବନି ଦେଇଛନ୍ତି। ଏନେଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ସ୍ୱାଗତ ସେନାପତି କହିଛନ୍ତି ଯେ, ଗୋଟିଏ ରୋଗୀଙ୍କ ପରିବାର ଏବେ ୧୦୮ ଆମ୍ବୁଲାନ୍ସକୁ ଡକାଇଛନ୍ତି । ସେ ଅନ୍ୟତ୍ର ଯିବେ ଆଉ ଗୋଟିଏ ଆମ୍ବୁଲାନ୍ସ ଅନ୍ୟ ରୋଗୀଙ୍କୁ ନେଇ ଯାଇଛନ୍ତି। ସେ ଫେରିଲେ ଅନ୍ୟ ରୋଗୀ ଯାଇପାରିବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?