ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଅଭାବ: ରୋଗୀ ସେବା ଠପ୍‌

ବେଗୁନିଆପଡ଼ା,୭।୨(ଡି.ଏନ୍‌.ଏ.): ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଆବଶ୍ୟକ ଡାକ୍ତର ନ ଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହେଉଛି। ଏଭଳିସ୍ଥିତିରେ ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୪ ଦିନ ହେଲା ଡାକ୍ତର ସମସ୍ୟା ଦେଖିବାକୁ ମିଳିଛି। ଫଳରେ ରୋଗୀ ସେବା ଠପ୍‌ ହୋଇପଡିଛି।

ହସ୍ପିଟାଲ ଆଇପିଏଚ୍‌ ଷ୍ଟାଣ୍ଡାର୍ଡ-୧ ମାନ୍ୟତା ପାଇଥିବା ବେଳେ ଏଠାରେ ୪ ଜଣ ସ୍ପେଶାଲିଷ୍ଟ ଡାକ୍ତରଙ୍କୁ ମିଶାଇ ୧୦ରୁ ଊଦ୍ଧର୍‌ବ ଡାକ୍ତର ରହିବା କଥା। ବର୍ତ୍ତମାନ ହସ୍ପିଟାଲରେ ଥିବା ଜଣେ ଡାକ୍ତର ଛୁଟିରେ ଥିବାରୁ ରୋଗୀ ସେବା ବ୍ୟାହତ ହୋଇଛି। ଅନ୍ୟପକ୍ଷେ ମଙ୍ଗଳବାର ଜଣେ ଡାକ୍ତରଙ୍କୁ ୪ ଦିନ ପାଇଁ ଡେପୁଟେସନରେ ଅଣାଯାଇଥିବା ବେଳେ ଆଉ ଜଣେ ଡାକ୍ତର ଆସିବେ ବୋଲି ଜିଲା ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି । କେବଳ ଡାକ୍ତର ନୂହେଁ, ହସ୍ପିଟାଲରେ ଅନ୍ୟାନ୍ୟ ଷ୍ଟାଫ ମଧ୍ୟ ଆବଶ୍ୟକତାଠାରୁ କମ୍‌ ଅଛନ୍ତି। ଫଳରେ ମେଡିକାଲରେ ରୋଗୀ ସେବା ବାଧାପ୍ରାପ୍ତ ହେଉଛି। ସାମାନ୍ୟ ରୋଗର ଚିକିତ୍ସା ପାଇଁ ହସ୍ପିଟାଲକୁ ଆସୁଥିବା ରୋଗୀଙ୍କୁ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଉଛି।

ହସ୍ପିଟାଲର ଅବ୍ୟବସ୍ଥା ନେଇ ଗତ ବର୍ଷ ମେ’ ମାସରେ କୋଦଳା ଏନ୍‌ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ, ଉପାଧ୍ୟକ୍ଷାଙ୍କ ପ୍ରତିନିଧି ରଜନୀ ସେଠୀ, କୋଦଳା ଭାଜପା ଯୁବମୋର୍ଚ୍ଚା ଅଧ୍ୟକ୍ଷ ଭଗବାନ ସ୍ବାଇଁ, ରବୀନ୍ଦ୍ର ପରିଡା ପ୍ରମୁଖ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଭେଟି ସମସ୍ୟାର ତୁରନ୍ତ ସମାଧାନ ନେଇ ଦାବି ଜଣାଇଥିଲେ। ଏଥି ସହିତ ଗଞ୍ଜାମ ଜିଲାପାଳ, ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ମଧ୍ୟ ଚିଠି ଲେଖି ଅବଗତ କରାଇଥିଲେ। ପରେ ହସ୍ପିଟାଲରେ ୨ଜଣ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ପରବର୍ତ୍ତୀ ସମୟରେ ଡାକ୍ତର ଅନ୍ୟତ୍ର ଚାଲି ଯାଇଥିଲେ। ଏପରିକି ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ କୋଦଳା ଗସ୍ତ କରି ସହରାଞ୍ଚଳ ସ୍ବାସ୍ଥ୍ୟ କେନ୍ଦ୍ରର ଉଦ୍‌ଘାଟନ କରିଥିଲେ। ରାଜ୍ୟ କାୟାକଳ୍ପ ଟିମ୍‌ ସ୍ବଚ୍ଛତା ଓ ଭିତ୍ତିଭୂମି ପାଇଁ ହସ୍ପିଟାଲକୁ ପୁରସ୍କୃତ କରିଥିଲେ। ହସ୍ପିଟାଲରେ ମୁଖ୍ୟତଃ ଡାକ୍ତର ନିଯୁକ୍ତି ଅତି ଆବଶ୍ୟକ ହେଉଥିବା ବେଳେ ତାହା ସମ୍ଭବ ହୋଇପାରୁନାହିଁ। ଆଗାମୀ ଦିନରେ ଏ ସମ୍ପର୍କରେ ପଦକ୍ଷେପ ନିଆ ନ ଗଲେ ଆନ୍ଦୋଳନ ଉଗ୍ରରୂପ ନେବ ବୋଲି ସ୍ଥାନୀୟ ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri