ପାକିସ୍ତାନରେ ହେପାରିନ ଇଞ୍ଜେକ୍ସନର ଅଭାବ: ସଙ୍କଟରେ ହାର୍ଟ ଚିକିତ୍ସା…

ଇସଲାମାବାଦ,୨୦।୪ : ପାକିସ୍ତାନର ହାର୍ଟ ସମସ୍ୟା ଥିବା ବ୍ୟକ୍ତିମାନେ ସେମାନଙ୍କ ଚିକିତ୍ସାରେ ଏନେଇ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କାରଣ ଦେଶରେ ହେପାରିନ ଇଞ୍ଜେକ୍ସନ ଯାହା ହାର୍ଟ ଚିକିତ୍ସା ପାଇଁ ଅତ୍ୟନ୍ତ ଜରୁରୀ ତାହା ଆଉ ମିଳୁନି। ପାକିସ୍ତାନର ସ୍ଥାନୀୟ ଗଣମାଧ୍ୟମ ଡେଲି ଦୁନିୟା ଏହି ରିପୋର୍ଟ ପ୍ରକାଶ କରିଛି। ହାର୍ଟ ସମସ୍ୟା କ୍ଷେତ୍ରରେ ସମ୍ପୃକ୍ତ ବ୍ୟକ୍ତିଙ୍କ ରକ୍ତକୁ ପତଳା କରିବା ପାଇଁ ଏହି ଇଞ୍ଜେକ୍ସନ ବ୍ୟବହୃତ ହୋଇଥାଏ। କିନ୍ତୁ ସରକାରୀ ଏବଂ ବେସରକାରୀ ଡାକ୍ତରଖାନାରେ ଏହି ଇଞ୍ଜେକ୍ସନର ଅଭାବ ରହିଛି ।
ସୂଚନାନୁସାରେ, ଏହି ଇଞ୍ଜେକ୍ସନର ମୂଲ୍ୟ ୬୦୦ ଟଙ୍କା, କିନ୍ତୁ ଏହା କଳା ବଜାରରେ ୩୦୦୦ ଟଙ୍କାରେ ବିକ୍ରି ହେଉଛି। ଗରିବ ଲୋକେ ଏହି କାରଣରୁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଡାକ୍ତରଖାନାଗୁଡ଼ିକ ଏହାର ମିଥ୍ୟା ଅଭାବ ସୃଷ୍ଟି କରାଯାଇଛି ବୋଲି ଗଣମାଧ୍ୟମ ସଂସ୍ଥା କହିଛନ୍ତି।
ନିକଟରେ ଗଣମାଧ୍ୟମ ରିପୋର୍ଟ କରିଛି ଯେ ପାକିସ୍ତାନରେ ଚାଲିଥିବା ଅର୍ଥନୈତିକ ସଙ୍କଟ ସ୍ବାସ୍ଥ୍ୟସେବା ଉପରେ ଗୁରୁତର ପ୍ରଭାବ ପକାଇଛି । ଫଳରେ ଲୋକେ ଔଷଧ ପାଇବା ପାଇଁ ସଂଘର୍ଷ କରୁଛନ୍ତି। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାରରେ ଅଭାବ ପାକିସ୍ତାନର ଘରୋଇ ଉତ୍ପାଦନରେ ବ୍ୟବହୃତ ଅତ୍ୟାବଶ୍ୟକ ଔଷଧ ଏବଂ ସକ୍ରିୟ ଫାର୍ମାସ୍ୟୁଟିକାଲ ଉପାଦାନ (ଏପିଆଇ) ଆମଦାନୀ କରିବାର କ୍ଷମତାକୁ ପ୍ରଭାବିତ କରିଛି।
ଫଳସ୍ବରୂପ, ଡାକ୍ତରଖାନାରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ସତ୍ତ୍ୱେ ସ୍ଥାନୀୟ ଔଷଧ ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ସେମାନଙ୍କ ଉତ୍ପାଦନ ହ୍ରାସ କରିବାକୁ ବାଧ୍ୟ ହୋଇଥିଲେ। ଔଷଧ ଏବଂ ଚିକିତ୍ସା ଉପକରଣର ଅଭାବ ଯୋଗୁୁ ଡାକ୍ତରମାନେ ଅସ୍ତ୍ରୋପଚାର କରି ପାରୁ ନାହାନ୍ତି। ପାକିସ୍ତାନ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ହୃଦୟ, କର୍କଟ ଏବଂ କିଡନୀ ସମେତ ସମ୍ବେଦନଶୀଳ ଅସ୍ତ୍ରୋପଚାର ପାଇଁ ଆବଶ୍ୟକ ହେଉଥିବା ଆନାସ୍ଥେଟିକ୍ସର ଷ୍ଟକ ଅପରେଶନ ଥିଏଟରରେ ଦୁଇ ସପ୍ତାହରୁ କମ ରହିଛି। ଏହି ପରିସ୍ଥିତି ପାକିସ୍ତାନର ଡାକ୍ତରଖାନାଗୁଡ଼ିକରେ ଚାକିରୀ ହରାଇବାର ଆଶଙ୍କା ମଧ୍ୟ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri