କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ ଚିନ୍ତା। ଅଭାବୀ ବିକ୍ରିର ଶିକାର ହେଉଛନ୍ତି କଳାହାଣ୍ଡି ଜିଲାର କାଜୁ ଚାଷୀ। ଜିଲାର କାଜୁଚାଷ ବହୁଳ ଅଞ୍ଚଳ ହେଉଛି ଧର୍ମଗଡ ବ୍ଲକର ତାରାପୁର, ଅଇଁଲା ଜୋର୍‌, ପର୍ଲା, କଦଳିମୁଣ୍ଡା, ଧଅଁର ପୁର, ଜୟନ୍ତପୁର, କୋକସରା ବ୍ଲକର ରେଙ୍ଗାଲପାଲି, ଆମ୍ବପାଣି, ରଏନଗୁଡା, ଦାବ୍ରିଗୁଡା, ଡୁଡୁକାଠେଙ୍ଗା, ଗୋତୋମୁଣ୍ଡା, ଏମ୍‌ ରାମପୁର ଓ ଥୁଆମୂଳ ରାମପୁର ବ୍ଲକ ଆଦି ଅଞ୍ଚଳ। ପାଖାପାଖି ୫ ହଜାର ହେକ୍ଟର ଜମିରେ କାଜୁଚାଷ ହୋଇଥାଏ।

ଚଳିତବର୍ଷ ଭଲ ବଉଳ ହୋଇଥିଲା। ହେଲେ କାଳବୈଶାଖୀ ବଉଳ ନଷ୍ଟ କରିଥିବା ବେଳେ ତଥାପି କିଛି ଭଲ କାଜୁ ଅମଳ ଆଶା ରଖିଥିଲା ଚାଷୀ। ହେଲେ ଅଭାବୀ ବିକ୍ରି ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଏପ୍ରିଲ ଓ ମେ ମାସ ଗାଁ ଗାଁ ବୁଲି କାଜୁ ଫଳ ବିକ୍ରିକରି ଚାଷୀ ଦୁଇପଇସା ରୋଜଗାର କରି ପରିବାର ପୋଷଣ କରୁଥିଲେ। ପରେ ମଞ୍ଜିକୁ କେଜି ପ୍ରତି ୧୦୦ରୁ ୧୨୦ଟଙ୍କାରେ ବିକ୍ରି କରୁଥିଲେ। ହେଲେ ଚଳିତ ବର୍ଷ କେଜି ପ୍ରତି ୭୦ରୁ ୮୦ଟଙ୍କା ଦରରେ ଦଲାଲମାନେ ପଡ଼ୋଶୀ ଜିଲାରୁ ଆସି ମାଗୁଥିବାରୁ ଚାଷୀ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ସରକାର ଅଞ୍ଚଳରେ ଏକ ମଣ୍ଡି ସ୍ଥାପନ ସହ ବିକ୍ରି ବ୍ୟବସ୍ଥା କଲେ ଚାଷୀ ଭଲ ଦୁଇ ପଇସା ପାଇପାରିବେ ବୋଲି ପର୍ଲାର ଚାଷୀ ପରମେଶ୍ୱର ପଟେଲ ଓ ଖଳିଗଡ଼ର ଚାଷୀ ଜୟନ୍ତୀ ମାଝି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri