ନିଜ ସର୍ଭିସ ବନ୍ଧୁକରୁ ସାଥୀ ଯବାନଙ୍କ ଉପରେ ଗୁଳି ଚଳାଇଲେ ଯବାନ: ୪ ମୃତ, ୩ ଗୁରୁତର

ମାଲକାନଗିରି,୮ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ସୁକୁମା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ସିଆରପିଏଫ୍‌ ଯବାନ ନିଜ ସର୍ଭିସ୍‌ ବନ୍ଧୁକରେ ସାଥୀ ଯବାନମାନଙ୍କ ଉପରେ ଗୁଳି ବର୍ଷାଇଥିଲେ। ଫଳରେ ୪ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ସୁକୁମା ଜିଲା ମରାୟିଗୁଡ଼ାଥାନା ଠାରୁ ମାତ୍ର ୪ କିଲୋମିଟର ଦୂରରେ ଥିବା ଲିଙ୍ଗମପାଲ୍ଲୀ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ରେ ରବିବାର ବିଳମ୍ବିତ ରାତିରେ କୌଣସି କାରଣରୁ ରିତିଶ ରଞ୍ଜନ ନାମକ ଯବାନ ତାଙ୍କ ସାଥୀ ଯବାନମାନଙ୍କ ଉପରେ ଗୁଳି ଚଳାଇଥିଲେ। ଫଳରେ ୪ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ହୋଇଛନ୍ତିା ଏହି ଗୁରୁତରମାନଙ୍କୁ ଆନ୍ଧ୍ରପ୍ରଦେଶ ଭଦ୍ରାଚଲମ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ବେଳେ ସେଠାରେ ସେମାନଙ୍କ ପ୍ରାଥମିକ ଚିକିତ୍ସା କଲାପରେ ପରିସ୍ଥିତି ସଙ୍କଟାପନ୍ନ ଥିବାରୁ ହେଲିକପ୍ଟର ଯୋଗେ ଏହି ତିନି ଜଣଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ତେବେ ମୃତ ଯବାନମାନେ ହେଲେ ଧନଜୀ, ରାଜୀବ ମଣ୍ଡଳ, ରାଜମଣୀ କୁମାର ୟାଦବ ଓ ଧର୍ମେନ୍ଦ୍ର କୁମାର। ସେହିପରି ଗୁରୁତରମାନେ ହେଲେ ଧନୟ ସିଂ, ଧର୍ମାତ୍ମା କୁମାର, ମଳୟ ରଞ୍ଜନ ମହାରଣା ବୋଲି ମରିୟାଗୁଡ଼ା ଥାନାଧିକାରୀ ସତ୍ୟବାଦୀ ସାହୁ ସୁଚନା ଦେଇଛନ୍ତି। ତେବେ କେଉଁ କାରଣରୁ ଯବାନ ଜଣଙ୍କ ସାଥୀ ଯବାନମାନଙ୍କ ଉପରେ ଗୁଳି ଚଳାଇଲେ ସେ ସମ୍ପର୍କରେ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri