ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ ଶଳା ହେଲେ କୈଳାସ ନାୟକ।
ରବିବାର ସକାଳୁ ଏ ବିଷୟରେ ଜଣାପଡ଼ିଛି। ଶିକାର କରିବାକୁ ଯାଇ ଭିଣୋଇଙ୍କ ବନ୍ଧୁକ ଗୁଳିରେ ଶଳା ଟଳିପଡ଼ିଥିବା ଜାଣିବାକୁ ମିଳିଛି।

ସୂଚନାନୁଯାୟୀ, ଉଦୟ ନାୟକ, କୈଳାସ ନାୟକ ଓ ଗ୍ରାମର କିଛି ଯୁବକ ଶନିବାର ଶିକାର କରିବା ପାଇଁ ଗ୍ରାମ ନିକଟ ଜଙ୍ଗଲକୁ ଯାଇଥିଲେ। ହଠାତ ସନ୍ଧ୍ୟାରେ ଗୁଳି ଶବ୍ଦ ଶୁଭିଥିଲା। ହେଲେ ଶିକାର ହୋଇ ନ ଥିଲେ କୌଣସି ପଶୁ କିମ୍ବା ପକ୍ଷୀ। ଭିଣୋଇ ଉଦୟଙ୍କ ଗୁଳିରେ ଟଳିପଡ଼ିଥିଲେ କୈଳାସ। ଗ୍ରାମର ଲୋକମାନେ ଗ୍ରାମ ପାଖ ଜଙ୍ଗଲରେ ପହଞ୍ଚି ଉକ୍ତ ଘଟଣା ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦୟଙ୍କୁ ଗିରଫ କରିବା ସହିତ ଗୋଟିଏ ଦେଶୀ ବନ୍ଧୁକ ଜବତ କରିବା ସହ ଗାଁରେ ପହଞ୍ଚି ତଦନ୍ତ ଜାରି ରଖିଛି।

ଅନ୍ୟପକ୍ଷରେ ମୃତ କୈଳାସଙ୍କ ସ୍ତ୍ରୀ କହିଛନ୍ତି, କୈଳାସ ଓ ଉଦୟଙ୍କର ଆଗରୁ ଶତ୍ରୁତା ଥିଲା। ତେଣୁ ସେ ଜାଣି କି ଏପରି ଘଟଣା ଘଟାଇଥିବା କହିଛନ୍ତି କୈଳାସଙ୍କ ସ୍ତ୍ରୀ। ଏ ନେଇ ଏସ୍‌ଡିପିଓ ଅଶ୍ୱିନୀ ନାୟକ କହିଛନ୍ତି, ପ୍ରାଥମିକ ତଦନ୍ତରୁ ଯାହା ଜଣାପଡ଼ିଛି, ଦୁଇଜଣ ଶିକାରକୁ ଯାଇଥିଲେ କିନ୍ତୁ ଭିଣୋଇ ଉଦୟ ଶିକାର କରିବା ସମୟରେ କୈଳାସଙ୍କଠାରେ ଗୁଳି ବାଜିଯାଇଛି। ଯାହାଦ୍ୱାରା ଘଟଣାସ୍ଥଳରେ କୈଳାସଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୋହନା ଥାନାରେ କେସ୍‌ ନଂ ୧୧୯/୨୪ରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଅଧିକ ତଦନ୍ତ ଜାରି ରଖିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri