Posted inଜାତୀୟ

ପୋଲିସ ଆଗରେ ଗୁଳିକରି ହତ୍ୟା

ଲକ୍ଷ୍ନୌ/ବାଲିଆ, ୧୭ା୧୦: ଉତ୍ତରପ୍ରଦେଶର ବଲିଆ ଅନ୍ତର୍ଗତ ଦୁର୍ଜନପୁର ଗ୍ରାମରେ ରାଶନ ଦୋକାନ ବଣ୍ଟନ ଲାଗି ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଗୁରୁବାର ଗୁଳିମାଡ଼ କରି ଜଣଙ୍କୁ ହତ୍ୟା କରାଯାଇଛି। ଏସ୍‌ଏଚ୍‌ଜି ମଧ୍ୟରେ ପାଟିତୁଣ୍ଡ ହେବାରୁ ସବ୍‌ ଜୁଡିସିଆଲ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଏମ୍‌) ଏହାକୁ ସ୍ଥଗିତ ରଖିବା ଲାଗି ନିର୍ଦ୍ଦେଶ ଦେଇଥିବାବେଳେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ପରେ ଅସନ୍ତୁଷ୍ଟ ଗୋଷ୍ଠୀ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଆଗରେ ଅପର ପକ୍ଷଙ୍କୁ ଗୁଳିମାଡ଼ କରିଥିଲେ। ଏଥିରେ ଜୟ ପ୍ରକାଶ (୪୬) ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ରାଜନୀତି ତେଜିବାରେ ଲାଗିଥିବାବେଳେ ପୋଲିସ ସ୍ଥାନୀୟ ଭାଜପା ନେତାଙ୍କ ଭାଇଙ୍କୁ ଗିରଫ କରିବା ସହ ୫ ଜଣଙ୍କୁ ଥାନାରେ ଅଟକ ରଖିଛି। ତେବେ ମୁଖ୍ୟ ଅଭିଯୁକ୍ତ ଧୀରେନ୍ଦ୍ର ପ୍ରତାପ ସିଂ ଫେରାର୍‌ ଅଛନ୍ତି। ଏହି ଘଟଣାରେ ୩ ଏସ୍‌ଆଇଙ୍କ ସମେତ ୯ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏସ୍‌ଡିଏମ୍‌ ସୁରେନ୍ଦ୍ର ଚନ୍ଦ୍ର ପାଲ୍‌ ଓ ପୋଲିସ ସର୍କଲ ଅଫିସର ଚନ୍ଦ୍ରକେଶ୍‌ ସିଂଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି। ଏଡିଜି ବ୍ରିଜ୍‌ଭୂଷଣ, ଡିଆଇଜି ସୁଭାଷ ଚନ୍ଦ୍ର ଦୁବେ ଦୁର୍ଜନପୁର ଗ୍ରାମକୁ ଯାଇ ଶୁକ୍ରବାର ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?