ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା ଟିଣ କଲୋଣୀର ନାଣ୍ଡୁ ଦେହୁରୀ କିଛିଦିନ ତଳେ ରୁଆ ଗ୍ରାମର ପଞ୍ଚାନନଙ୍କଠାରୁ ୩ ହଜାର ଟଙ୍କା ଧନ ବିକ୍ରୟ କରିବାକୁ ଧର କରି ନେଇଥିଲେ। ବାରମ୍ବାର ପଞ୍ଚାନନ ନାଣ୍ଡୁଙ୍କୁ ଧାନ ମାଗିବାରୁ ସେ ଦେଇ ନ ଥିଲେ। ଗୁରୁବାର ସନ୍ଧ୍ୟାରେ ପଞ୍ଚାନନ ଟଙ୍କା ମାଗିବା ପାଇଁ ଯାଇଥିଲେ। ସେଠାରେ ଟଙ୍କା ମାଗିବାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ସେହି ସମୟରେ ନାଣ୍ଡୁ ଏକ ଦେଶୀ ବନ୍ଧୁକରେ ପଞ୍ଚାନନଙ୍କ ଉପରକୁ ଗୁଳି କରିଥିଲେ। ଫଳରେ ପଞ୍ଚାନନଙ୍କ ଡାହାଣ ଆଖିରେ ଗୁଳିମାଡ଼ ହୋଇ ଆଖି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ସଙ୍ଗେ ସଙ୍ଗେ ପଞ୍ଚାନନକୁ ପରିବାର ଲୋକେ ଭୁବନ ଡାକ୍ତରଖାନାକୁ ନେଇ ଆସିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେ ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଛି। ତେବେ ଏହି ଘଟଣାକୁ ନେଇ ଶୁକ୍ରବାର ପଞ୍ଚାନନଙ୍କ ଭାଉଜ କବିତା ରାଉତ ଭୁବନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଭୁବନ ପୋଲିସ ତଦନ୍ତ ଚଳାଇଛି। ଏ ସଂକ୍ରାନ୍ତରେ ଅଧିକ ତଥ୍ୟ ଜାଣିବା ପାଇଁ ଭୁବନ ଥାନା ଅଧିକାରୀ ଜିତେନ୍ଦ୍ର ମଲ୍ଲିକ ଓ କାମାକ୍ଷାନଗର ଏସ୍‌ଡିପିଓ ରଜନୀକାନ୍ତ ସାମଲଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରିଥିଲେ ମଧ୍ୟ କୌଣସି ଉତ୍ତର ଦେଇ ନ ଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri