ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା ଟିଣ କଲୋଣୀର ନାଣ୍ଡୁ ଦେହୁରୀ କିଛିଦିନ ତଳେ ରୁଆ ଗ୍ରାମର ପଞ୍ଚାନନଙ୍କଠାରୁ ୩ ହଜାର ଟଙ୍କା ଧନ ବିକ୍ରୟ କରିବାକୁ ଧର କରି ନେଇଥିଲେ। ବାରମ୍ବାର ପଞ୍ଚାନନ ନାଣ୍ଡୁଙ୍କୁ ଧାନ ମାଗିବାରୁ ସେ ଦେଇ ନ ଥିଲେ। ଗୁରୁବାର ସନ୍ଧ୍ୟାରେ ପଞ୍ଚାନନ ଟଙ୍କା ମାଗିବା ପାଇଁ ଯାଇଥିଲେ। ସେଠାରେ ଟଙ୍କା ମାଗିବାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ସେହି ସମୟରେ ନାଣ୍ଡୁ ଏକ ଦେଶୀ ବନ୍ଧୁକରେ ପଞ୍ଚାନନଙ୍କ ଉପରକୁ ଗୁଳି କରିଥିଲେ। ଫଳରେ ପଞ୍ଚାନନଙ୍କ ଡାହାଣ ଆଖିରେ ଗୁଳିମାଡ଼ ହୋଇ ଆଖି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ସଙ୍ଗେ ସଙ୍ଗେ ପଞ୍ଚାନନକୁ ପରିବାର ଲୋକେ ଭୁବନ ଡାକ୍ତରଖାନାକୁ ନେଇ ଆସିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେ ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଛି। ତେବେ ଏହି ଘଟଣାକୁ ନେଇ ଶୁକ୍ରବାର ପଞ୍ଚାନନଙ୍କ ଭାଉଜ କବିତା ରାଉତ ଭୁବନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଭୁବନ ପୋଲିସ ତଦନ୍ତ ଚଳାଇଛି। ଏ ସଂକ୍ରାନ୍ତରେ ଅଧିକ ତଥ୍ୟ ଜାଣିବା ପାଇଁ ଭୁବନ ଥାନା ଅଧିକାରୀ ଜିତେନ୍ଦ୍ର ମଲ୍ଲିକ ଓ କାମାକ୍ଷାନଗର ଏସ୍‌ଡିପିଓ ରଜନୀକାନ୍ତ ସାମଲଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରିଥିଲେ ମଧ୍ୟ କୌଣସି ଉତ୍ତର ଦେଇ ନ ଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?