ଢାବାରେ ଫୁଟିଲା ଗୁଳି, ଜଣେ ଗୁରୁତର

ସାରସକଣା,୧୫।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ଜାମଶୋଳା ନିକଟ ଏକ ଢାବାରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ଝାରଖଣ୍ଡ ଅଞ୍ଚଳର ୪ରୁ ୫ଜଣ ଯୁବକ ଏକ ଚାରିଚକିଆ ଗାଡିରେ ଆସି ଉକ୍ତ ଢାବାରେ ଖାଇବା ପାଇଁ ଅଟକିଥିଲେ। ଖାଇସାରିବା ପରେ ଟଙ୍କା ଦେବା ବଦଳରେ ଟେବୁଲ ଉପରେ ବନ୍ଧୁକ ରଖିଥିଲେ । ଏହାଦେଖି ହୋଟେଲର ସୁଜନ ନାମକ ଯୁବକ ବନ୍ଧୁକଟି ଅସଲି କିମ୍ବା ନକଲି ବୋଲି ପ୍ରଶ୍ନ କରିଥିଲେ । ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଫଳରେ ଉକ୍ତ ଯୁବକଙ୍କ ମଧ୍ୟରୁ ଜଣେ ଯୁବକ ସୁଜନଙ୍କ ଛାତିକୁ ଗୋଟିଏ ଗୁଳି ଚଳାଇଥିଲେ। ସଙ୍ଗେସଙ୍ଗେ ଉକ୍ତ ସ୍ଥାନରେ ସୁଜନ ପଡିଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାରିପଦା ପିଆର୍‌ଏମ୍‌ ଓ ପରେ କଟକ ଏସ୍‌ସିବି ମେଡିକାଲକୁ ନିଆଯାଇଛି। ଅପରପକ୍ଷେ ହୋଟେଲ ମ୍ୟାନେଜର ରାକେଶ ସାହୁଙ୍କୁ ଅଟକ ରଖାଯାଇ ଅଧିକ ତଦନ୍ତ ଜାରି ରହିଥିବାର ଥାନାଧିକାରୀ ଫନୀନ୍ଦ୍ର ଭୂଷଣ ନାଏକ ପ୍ରକାଶ କରିଛନ୍ତି । ସାଇଣ୍ଟିଫିକ ଟିମ୍‌ ସହିତ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri