ଭୁବନେଶ୍ୱର, ୭।୯(ଅସମାପିକା ସାହୁ)ରାଜ୍ୟରେ ମାଳ ମାଳ କୋଚିଂ ସେଣ୍ଟର ଖୋଲାଯାଉଛି। କୋଚିଂ ସେଣ୍ଟରଗୁଡ଼ିକ ପାଇଁ କୌଣସି ସ୍ବତନ୍ତ୍ର ନିୟମ ନ ଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ଶୋଷଣର ଶିକାର ହେଉଛନ୍ତି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ରହୁ ନ ଥିବାରୁ ଛାତ୍ରୀଛାତ୍ରଙ୍କ ଜୀବନ ବିପଦ ମୁହଁକୁ ଠେଲି ହୋଇଯାଉଛି। ତେଣୁ ରାଜ୍ୟ ସରକାର କୋଚିଂ ସେଣ୍ଟରଗୁଡିକୁ ନିୟନ୍ତ୍ରଣ କରିବା ପାଇଁ ସ୍ବତନ୍ତ୍ର ଆଇନ ଆଣନ୍ତୁ ବୋଲି ଓଡ଼ିଶା ଅଭିଭାବକ ମହାସଂଘ ଦାବି କରିଛି। ଏ ନେଇ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆୟାରଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀରେ ପ୍ରସନ୍ନ ବିଷୋୟୀ, ସୁବ୍ରତ ସାହୁ, ଅନୁକୂଳ ସାହୁ, କୁଳମଣି ସାହୁ ରହିଥିଲେ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ତୁରନ୍ତ ଏହା ଉପରେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଯଦି ସରକାର ସ୍ବତନ୍ତ୍ର ଆଇନ କିମ୍ବା କୌଣସି କଟକଣା ନ ଲଗାନ୍ତି, ତେବେ ଆଗାମୀ ଦିନରେ ଘେରାଉ କରାଯିବ ବୋଲି ସହ ଅଧ୍ୟକ୍ଷ ପ୍ରସନ୍ନ ବିଷୋୟୀ କହିଛନ୍ତି।
ମହାସଂଘର କହିବାନୁସାରେ, ପିଲାଙ୍କୁ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ନମ୍ବର ରଖାଇ ଦେବାର ଏକ ସୁନେଲି ସ୍ବପ୍ନ ଦେଖାଇ ହଜାର ହଜାର ପିଲାଙ୍କୁ କିଛି କୋଚିଂ ସେଣ୍ଟର ଲୁଟି ଚାଲିଛନ୍ତି। ଭଲ ନମ୍ବର ରଖିଥିବା ଗୋଟିଏ ପିଲାର ଫଟୋକୁ ବିଜ୍ଞାପନରେ ଶହ ଶହ ଅନୁଷ୍ଠାନ ପ୍ରଚାର ପାଇଁ ବ୍ୟବହାର କରିଥିବା ନଜିର ମଧ୍ୟ ରହିଛି। ବହୁ ଅଭିଭାବକ କୋଚିଂ ସେଣ୍ଟର ଶୋଷଣର ଶିକାର ହେଉଥିବା ଅଭିଯୋଗ ଆସୁଛି। ବିଗତ ଦିନରେ ସୁରଟରେ ଏକ କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିଭଳି ନିକଟରେ ଦିଲ୍ଲୀ କୋଚିଂସେଣ୍ଟର ଅଗ୍ନିକାଣ୍ଡ ଆଦି ଆମକୁ ଅନେକ ଶିକ୍ଷା ଦେଇଛି। ଆଗକୁ ଆମ ରାଜ୍ୟରେ ଏଭଳି ଘଟଣା ଘଟିବନି ବୋଲି କେହି କେବେ କହିପାରିବେ ନାହିଁ। ସେପଟେ ରାଜସ୍ଥାନ କୋଟାରେ ଯେପରି ମେଧାବୀ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ବଢ଼ି ଚାଲିଛି ତାହା ଅଭିଭାବକଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି। ଓଡ଼ିଶାରେ ମଧ୍ୟ ବିଭିନ୍ନ ସମୟରେ କୋଚିଂ ସେଣ୍ଟରରେ ପାଠପଢ଼ା, ଶୋଷଣ ଓ ଅନ୍ୟାନ୍ୟ ସମସ୍ୟାକୁ ନେଇ ଅଭିଯୋଗ ହୋଇଆସୁଛି। ତେଣୁ କୋଚିଂ ସେଣ୍ଟରଗୁଡ଼ିକୁ ତାଲିକାଭୁକ୍ତ କରି ସ୍ବତନ୍ତ୍ର ଗାଇଡ୍ଲାଇନ ଆଣି ସରକାର ଦେୟ ଓ ଦାୟିତ୍ୱବୋଧ ନିର୍ଦ୍ଧାରଣ କରିବା ନିହାତି ଆବଶ୍ୟକ। ତେଣୁ ମହାସଂଘ ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି ତୁରନ୍ତ ପଦକ୍ଷେପ ନେବାକୁ ଦୃଢ଼ ଦାବି ଜଣାଇଛି।
କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …
ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…
ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି
ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…
ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ: ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…
ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…
କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..
ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…
ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…
ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…
୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…
ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…
ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…
ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…
ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା
ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…
Archives

