ବନକଲାଗି ନୀତିରେ ବିଶୃଙ୍ଖଳା: ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ

ପୁରୀ, ୨୧ା୭(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତିରେ ବିଶୃଙ୍ଖଳା ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ଆଇନ-୨୦ ଓ ୩୦ ଧାରା ଅନୁଯାୟୀ ଏହି ନୋଟିସ ଜାରି ହୋଇଛି। ୪ଦିନ ମଧ୍ୟରେ ଏ ସଂକ୍ରାନ୍ତ ଉତ୍ତର ରଖିବାକୁ କୁହାଯାଇଛି।
ଶ୍ରୀମନ୍ଦିର ସ୍ବତ୍ତ୍ୱଲିପି ଅନୁଯାୟୀ, ପ୍ରତ୍ୟେକ ଗୁରୁବାର ବନକଲାଗି କରିବାକୁ ସମ୍ପୃକ୍ତ ସେବାୟତ ଦତ୍ତମହାପାତ୍ରମାନେ ଅଡ଼ି ବସିଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ପୂର୍ବ ଭଳି ବୁଧବାର ଏହି ନୀତି କରିବା ସପକ୍ଷରେ ରହିଛି। ତେଣୁ ବିବାଦ ସୃଷ୍ଟି ହୋଇଛି। ବନକଲାଗି ସଂକ୍ରାନ୍ତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗତ ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଦତ୍ତମହାପାତ୍ର ନିଯୋଗର ସଭାପତି, ସମ୍ପାଦକ, ଦଇତାପତି ନିଯୋଗର ବାଡ଼ଗ୍ରାହୀ, ବରିଷ୍ଠ ଦଇତାପତି ସେବକ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଏବଂ ପରିଚାଳନା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ। ବୁଧବାର ବନକଲାଗି କରିବା ପାଇଁ ଏହି ବୈଠକରେ ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ସେବକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ମାତ୍ର ସେମାନେ ତାହା କରି ନ ଥିଲେ। ଗୁରୁବାର ଏଥିଲାଗି ସେମାନେ ପ୍ରସ୍ତୁତ ଥିବା ବେଳେ ପ୍ରଶାସନ ସମୟ ଦେଇ ନ ଥିଲା। ଫଳରେ ଏହାକୁ ନେଇ ବିବାଦ ଦେଖାଦେଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri