ବାଲେଶ୍ୱର,୩୦ା୭(ମାନସ ବିଶ୍ୱାଳ)ବହୁ ଚର୍ଚ୍ଚିତ ଜେଇ ସିଭିଲ ମେନ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାରେ ପ୍ରଥମ ଥର ପାଇଁ ଆକ୍ସନ ମୋଡ୍କୁ ଆସିଛି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ସି)। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି, ଯେଉଁଥିରେ ମୁଖ୍ୟ ଅଭିଯୁକ୍ତ ରହିଛନ୍ତି ବିହାର ପାଟନା ଆକାଉଣ୍ଟାଣ୍ଟ ଜେନେରାଲ (ଏଜି)ଙ୍କ ଅଫିସ୍ର ଜଣେ ବରିଷ୍ଠ କର୍ମଚାରୀ ବିଶାଲ କୁମାର ଚୌରସିଆ (୩୫)। ସେହିପରି ଯାଜପୁର ଜିଲାରେ ଶିକ୍ଷକତା କରୁଥିବା ସୁଶାନ୍ତ କୁମାର ସାହୁ (୪୨) ଓ କନ୍ଧମାଳ ଜିଲାରେ ଶିକ୍ଷକ ଥିବା ଗଞ୍ଜାମ ଜିଲାର ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ (୩୩)ଙ୍କ ସମେତ ମୋଟ୍ ୧୭ ଜଣ ଗିରଫ ହୋଇଛନ୍ତି। ବାଲେଶ୍ୱର ଏସ୍ପି ସାଗରିକା ନାଥ ଏହି ମାମଲାରେ ତଦନ୍ତ କରି ଏକ ରିପୋର୍ଟ ଦେଇଛନ୍ତି, ଯେଉଁଥିରେ ଏହି ର଼୍ୟାକେଟ୍ ସହ ଡିଲ୍ରେ ଜଡ଼ିତ ଥିବା ୯୨ ଜଣ ପରୀକ୍ଷାର୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଏସ୍ପି ଓଏସ୍ଏସ୍ସି ଅଧ୍ୟକ୍ଷଙ୍କୁ ଚିଠି ଲେଖିଥିଲେ। ଏହାପରେ ଓଏସ୍ଏସ୍ସି କାର୍ଯ୍ୟାନୁଷ୍ଠାନ ନେବା ପୂର୍ବରୁ ୫୫ ପରୀକ୍ଷାର୍ଥୀଙ୍କୁ ନୋଟିସ୍ କରିଛି। ଅନ୍ୟପଟେ ଏହି ନିଯୁକ୍ତି ଠକେଇ ର଼୍ୟାକେଟ୍ ସହ ଓଏସ୍ଏସ୍ସିର ସମ୍ପୃକ୍ତି ଅଛି କି ନାହିଁ, ଡିଲ୍ ବେଳେ ଧରାପଡ଼ିଥିବା ୯୨ଜଣ ପରୀକ୍ଷାର୍ଥୀଙ୍କ ଯୋଗାଯୋଗ ନମ୍ବର ଉକ୍ତ ର଼୍ୟାକେଟ୍ ପାଇଲା କିପରି, ଓଏସ୍ଏସ୍ସିର ପ୍ରଶ୍ନପତ୍ର ଛାପିବା ପାଇଁ ବାହାର ରାଜ୍ୟର ଯେଉଁ ପ୍ରିଣ୍ଟିଂପ୍ରେସକୁ ଦାୟିତ୍ୱ ଦିଆଯାଇଥିଲା, ସେଠାରେ ପ୍ରଶ୍ନପତ୍ର ସୁରକ୍ଷା ଦାୟିତ୍ୱରେ କିଏ ଥିଲେ ଓ ଏହି ଘଟଣା ପରେ ତାଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ତାହା ଉପରେ ସାରା ରାଜ୍ୟର ନଜର ରହିଛି।
ସୂଚନାଯୋଗ୍ୟ, ଗତ ୧୬ ତାରିଖରେ ଓଏସ୍ଏସ୍ସି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ନେଇ ବାଲେଶ୍ୱର ପୋଲିସକୁ ସୂଚନା ମିଳିଥିଲା। ସ୍ବତନ୍ତ୍ର ଟିମ୍ ମାଧ୍ୟମରେ ସହଦେବଖୁଣ୍ଟା ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ବାରୁଣୀ ବ୍ରିଜ୍ଠାରେ ଏକ ଗ୍ରୁପ୍କୁ ଠାବ କରାଯାଇ ସେମାନଙ୍କ ନିକଟରୁ ମିଳିଥିବା ତଥ୍ୟ ଅନୁସାରେ ଅନ୍ୟ ଏକ ଗ୍ରୁପ୍କୁ ଦୀଘା ନିକଟସ୍ଥ ଏକ ହୋଟେଲରୁ ମୋଟ୍ ୯ଜଣଙ୍କୁ ଗିରଫ କରାଯାଇଥିଲା। ଏନେଇ ସହଦେବଖୁଣ୍ଟା ଥାନାରେ ମାମଲା (ନଂ.୩୦୩/୨୩) ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଅଧିକ ତଦନ୍ତ ପାଇଁ ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ଅଣାଯାଇଥିଲା। ସେମାନଙ୍କ ନିକଟରୁ ମିଳିଥିବା ତଥ୍ୟ ଅନୁସାରେ ବାଲେଶ୍ୱର ପୋଲିସର ସ୍ବତନ୍ତ୍ର ଟିମ୍ ବିହାର, ମଧ୍ୟପ୍ରଦେଶ ଓ ଓଡ଼ିଶାରୁ ମାଷ୍ଟରମାଇଣ୍ଡଙ୍କ ସହ ୮ଜଣଙ୍କୁ ଗିରଫ କରିଥିଲା। ମୋଟ୍ ଗିରଫ ହୋଇଥିବା ୧୭ଜଣଙ୍କଠାରୁ ୨୫ଟି ମୋବାଇଲ, ୩ଟି ଦସ୍ତଖତ ଥିବା ବ୍ଲାଙ୍କ ଚେକ୍, ୩ଟି ଅରିଜିନାଲ ସାର୍ଟିଫିକେଟ୍, ଗୋଟିଏ ବସ୍, ଗୋଟିଏ ସ୍କର୍ପିଓ, ୩ଟି କାର୍, ନଗଦ ଲକ୍ଷାଧିକ ଟଙ୍କା ଜବତ କରାଯାଇଥିବା ନେଇ ଗତ ୨୭ ତାରିଖରେ ବାଲେଶ୍ୱର ଏସ୍ପି ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଥିଲେ।
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ
ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ
ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…
ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!
ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…
ବେଲଗୁଣ୍ଠା ଏନ୍ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…
ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ
ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

