୬ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌, ଦରମା ବନ୍ଦ

ଛତ୍ରପୁର,୨୬।୫(ଡି.ଏନ.ଏ.)  ଗଞ୍ଜାମ ଜିଲାରେ ସ୍କୁଲ ସକାଳୁଆ ଚାଲିଛି। ବିଭିନ୍ନ ସମୟରେ ବିଭିନ୍ନ ସ୍କୁଲରେ ଶିକ୍ଷକମାନେ ବିନା ଅନୁମତିରେ ଅନୁପସ୍ଥିତ ରହୁଛନ୍ତି। ଏଥିସହ କେତେକ ଶିକ୍ଷକ ବିଳମ୍ବରେ ସ୍କୁଲ ଆସୁଥିବା ଦେଖିବାକୁ ମିଳୁଛି ା ସକାଳ ୬ ଟାରେ ସ୍କୁଲ ଆସିବା ନିୟମ ଥିଲେ ମଧ୍ୟ ଏହାକୁ ଶିକ୍ଷକ ମାନେ ମାନୁ ନାହାନ୍ତି। ଅନୁପସ୍ଥିତ ରହିବା ନେଇ କାରଣ ଦର୍ଶାଅ ନୋଟିସ୍‌ ଜାରି ସହ ଦିନକର ଦରମା ବନ୍ଦ କରାଯାଉଛି। ଭଞ୍ଜନଗର ବ୍ଲକର ୬ ଜଣ ସହକାରୀ ଶିକ୍ଷକଙ୍କୁ ବ୍ଲକ ଶିକ୍ଷା ଅଧିକାରୀଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ଏଥିସହ ଏମାନଙ୍କ ମଧ୍ୟରୁ ୫ ଜଣ ଶିକ୍ଷକଙ୍କ ଦିନକର ଦରମା ମଧ୍ୟ ବନ୍ଦ କରାଯାଇଛି। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଗଞ୍ଜାମ ଜିଲା ଶିକ୍ଷାଅଧିକାରୀଙ୍କୁ ଅବଗତ କରାଯାଇଛି ା ନୋଟିସ୍‌ ଜାରି ହୋଇଥିବା ଶିକ୍ଷକମାନଙ୍କ ମଧ୍ୟରେ ମୁଜାଗଡ ହାଟସାହିର ସହକାରୀ ଶିକ୍ଷୟିତ୍ରୀ ସ୍ବାଗତ ସ୍ବାଗତିକା ପ୍ରଧାନ, ଗୋହିରିବାଡି ପ୍ରକଳ୍ପ ଉଚ୍ଚପ୍ରାଥମିକ ସ୍କୁଲର ଶିକ୍ଷକ ଝୁନୁ ମଲ୍ଲିକ, ସୋନିତା କୁମାରୀ ଗୌଡ, ସନ୍ତୋଷ କୁମାର ସେନାପତି, ବାଇବାଲି ୟୁଜିଏଚ୍‌ଏସ୍‌ ସହକାରୀ ଶିକ୍ଷକ ବବିତା କୁମାରୀ ସ୍ବାଇଁ ଓ ପୂର୍ଣ୍ଣ ଚନ୍ଦ୍ର ବେହେରା। ୭ ଦିନ ମଧ୍ୟରେ ଉକ୍ତ ନୋଟିସ୍‌ର ଉତ୍ତର ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସତର୍କ କରାଇ ଦିଆଯାଇଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ ପରିଦର୍ଶନ ବେଳେ ୫ ଜଣ ଅନୁପସ୍ଥିତ ଥିବାବେଳେ ଜଣେ ଶିକ୍ଷକ ବିଳମ୍ବରେ ୭.୪୦ରେ ସ୍କୁଲକୁ ଆସିଥିଲେ। ଏହା କାର୍ଯ୍ୟରେ ଅବହେଳା ଦର୍ଶାଉଥିବା ଉକ୍ତ ନୋଟିସ୍‌ରେ ଉଲ୍ଲେଖ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri