ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ଆଦାୟ ଘଟଣା: ପ୍ରଧାନଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଗୋପ,୨୨।୮(ଡି.ଏନ୍‌.ଏ.): ଗୋପ ବ୍ଲକ ଦିହୁଡା ନୀଳକଣ୍ଠେଶ୍ୱର ନୋଡାଲ ସ୍କୁଲରେ ଶନିବାର ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ନିଆଯାଇଥିଲା। ଏଥିସହ ୯ମ ଶ୍ରେଣୀ ପିଲାଙ୍କଠାରୁ ନାମ ରେଜିଷ୍ଟ୍ରେଶନ ଫି ଆଦାୟ ହୋଇଥିଲା। ସରକାରୀ ନିୟମ ଉଲ୍ଲଂଘନ ହୋଇଥିବା ନେଇ ଅଭିଭାବକ ଅଭିଯୋଗ କରିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ ଘଟଣା ସମ୍ପର୍କରେ ତଦନ୍ତ କରି ରିପୋର୍ଟ ଦେବାକୁ ବ୍ଲକ ଶିକ୍ଷା ଅଧିକାରୀ ସୁଶିଲ ବ୍ରହ୍ମା ଏବଂ ପୁରୀ ଜିଲା ଶିକ୍ଷା ଅଧିକାରୀ ବିଶ୍ୱଜିତ୍‌ ଘୋଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ଜିଲା ଶିକ୍ଷା ଅଧିକାରୀ ଘୋଷ ସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ୨ ଦିନ ମଧ୍ୟରେ ଏହାର ଉତ୍ତର ଦେବାକୁ ଚିଠି ନଂ. ୯୩୩୬(୨)ରେ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।
ସୂଚନା ମୁତାବକ, ଗୋପ ବ୍ଲକ ଅଧୀନ ୯ ପଞ୍ଚାୟତରେ କୁଶଭଦ୍ରା ଓ ଧନୁଆଁ ନଦୀ ବନ୍ୟାରେ ୫୦ ଗ୍ରାମବାସୀ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଶନିବାର ସ୍କୁଲର ପ୍ରଧାନ ଶିକ୍ଷକ ବାସୁଦେବ ସାହୁ ମାଟ୍ରିକ୍‌ ପାସ୍‌ କରିଥିବା ୩୦ଜଣ ଛାତ୍ରୀଛାତ୍ରଙ୍କୁ ଡାକିଥିଲେ। ଏଥିସହ ୯ମ ଶ୍ରେଣୀର ୨୨ଜଣ ପିଲାଙ୍କୁ ନାମ ରେଜିଷ୍ଟ୍ରେଶନ ପାଇଁ ଡାକିଥିଲେ। ପିଲାମାନେ ବନ୍ୟା ସମୟରେ ଡଙ୍ଗା ଯୋଗେ ଆସି ସ୍କୁଲରେ ପହଞ୍ଚିଥିଲେ। ପିଲାଙ୍କଠାରୁ ମାଟ୍ରିକ୍‌ ମାକ୍ରଶିଟ୍‌ ବାବଦକୁ ୧୦୦ ଟଙ୍କା ଏବଂ ନାମ ରେଜିଷ୍ଟ୍ରେଶନ ଫି ବାବଦକୁ ୧୬୦ ଟଙ୍କା ପରିବର୍ତ୍ତେ ୨୮୦ ଟଙ୍କା ନିଆଯାଇଥିଲା। ଖବର ପାଇ ଗଣମାଧ୍ୟମ ପ୍ରତିନିଧି ସେଠାରେ ପହଞ୍ଚିଥିଲେ। ପ୍ରଧାନ ଶିକ୍ଷକଙ୍କ ଉପସ୍ଥିତିରେ ସ୍କୁଲର ଜଣେ ୪ର୍ଥ ଶ୍ରେଣୀ କର୍ମଚାରୀ ପିଲାଙ୍କୁ ସାର୍ଟିଫିକେଟ୍‌ ବାଣ୍ଟୁଥିବା ଦେଖିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri