ଆଇନଜୀବୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

କଟକ,୨୮ା୨(କାର୍ତ୍ତିକ ସାହୁ): ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଆଇନଜୀବୀ ସମ୍ବିତ୍‌ ସାମଲଙ୍କୁ କାରଣ ଦର୍ଶାଅ ନୋଟିସ୍‌ ବୁଧବାର ଜାରି କରାଯାଇଛି। ତାଙ୍କ ବିରୋଧରେ ଆପରାଧିକ କାର୍ଯ୍ୟକଳାପ ନେଇ ଅଭିଯୋଗ ଦାୟର ହୋଇଛି। ଆଇନଜୀବୀ ସାମଲଙ୍କ ବିରୋଧରେ କ୍ରମାଗତ ଭାବେ ଆପରାଧିକ ମାମଲା ଓ ଆଚରଣ ବିଧି ଉଂଲଘନ ଅଭିଯୋଗ ସଂକ୍ରାନ୍ତୀୟ ଅଭିଯୋଗ ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି। ତାଙ୍କ ବିରୋଧରେ କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ସେନେଇ ୧୫ ଦିନ ମଧ୍ୟରେ କାରଣ ଦର୍ଶାଇବାକୁ ପରିଷଦ ପକ୍ଷରୁ କୁହାଯାଇଛି।

ସୂଚନା ମୁତାବକ ଆଇନଜୀବୀ ସାମଲ ଅଭିଯୋଗକାରୀଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ତାଙ୍କ ନିକଟରୁ ୧୭ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏଥିସହ ସେ ତାଙ୍କୁ ଜୀବନରେ ମାରି ଦେବାକୁ ମଧ୍ୟ ଧମକ ଦେଇଛନ୍ତି। ଉକ୍ତ ଆଇନଜୀବୀଙ୍କ ବିରୋଧରେ ଭାରତୀୟ ପିଙ୍ଗଳକୋଡ୍‌ର ଧାରା ୪୨୦/୪୪୮/୫୦୬ ଅନୁଯାୟୀ ଅଭିଯୋଗ କରାଯାଇଛି। ସେହିପରି ଅନ୍ୟ ଜଣେ ଅଭିଯୋଗକାରୀ ମଧ୍ୟ ସାମଲଙ୍କ ବିରୋଧରେ ଭାରତୀୟ ପିଙ୍ଗଳକୋଡ୍‌ର ଧାରା ୪୨୦/୨୯୪/୫୦୬ ଆଧାରରେ ଅଭିଯୋଗ କରିଛନ୍ତି। ସାମଲ ଏହି ଅଭିଯୋଗକାରୀଙ୍କ ନିକଟରୁ ୧୬ ଲକ୍ଷ ୩୫ ହଜାର ଟଙ୍କା ଠକି ନେବା ସହ ହାକିମଙ୍କୁ ବଦନାମ୍‌ କରିବାକୁ ଚେଷ୍ଟା କରିଛନ୍ତି। ଉପରୋକ୍ତ ଦୁଇଟି ଅଭିଯୋଗ ଘଟଣାରେ ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ କ୍ରମେ କାରଣ ନୋଟିସ୍‌ ଜାରି କରାଯାଇଥିବା ପରିଷଦ ପକ୍ଷରୁ ପ୍ରେସ୍‌ ଇସ୍ତାହାରରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri