ଘରୋଇ ଚିକିତ୍ସାଳୟକୁ କାରଣ ଦର୍ଶାଅ ନୋଟିସ୍‌

କଟକ ଅଫିସ,୨୦ା୮: କଟକରେ ଡେଙ୍ଗୁ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସମ୍ପୃକ୍ତ ଯୁବକଙ୍କର ଡେଙ୍ଗୁ ଚିହ୍ନଟ ହେବା ପରେ ସେ ଚିକିତ୍ସିତ ହେଉଥିବା ଘରୋଇ ଚିକିତ୍ସାଳୟକୁ ଶୁକ୍ରବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକ ମହାନଗର ନିଗମ(ସିଏମ୍‌ସି) ୨୬ନଂ. ଓ୍ବାର୍ଡ ଅଧୀନ ଭଗତପୁର ଅଞ୍ଚଳର ଦୀପକ ମୁଦୁଲି(୩୬) ଡେଙ୍ଗୁ ଆକ୍ରାନ୍ତ ହୋଇଥିବା ନେଇ ଗତ ୧୫ ତାରିଖରେ ରକ୍ତ ନମୁନା ପରୀକ୍ଷାରୁ ଜଣାପଡ଼ିଥିଲା। ଏସ୍‌ସିବି ମେଡିକାଲରେ ଡେଙ୍ଗୁ ୱାର୍ଡ ରହିଥିଲେ ମଧ୍ୟ ଯୁବକ ଜଣଙ୍କ ସେଠାରେ ଚିକିତ୍ସିତ ନ ହୋଇ ସ୍ଥାନୀୟ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଡେଙ୍ଗୁ ଆକ୍ରାନ୍ତଙ୍କ ପାଇଁ ପ୍ରଥମ ୪୮ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଘରୋଇ ଚିକିତ୍ସାଳୟ ଡେଙ୍ଗୁରୋଗୀଙ୍କୁ ତୁରନ୍ତ ଏସ୍‌ସିବି ମେଡିକାଲ ପଠାଇବା ପାଇଁ ସରକାରୀ ନିର୍ଦ୍ଦେଶାନାମା ରହିଛି। ହେଲେ ଏଠାରେ ସରକାରୀ ନିର୍ଦ୍ଦେଶାନାମାକୁ ବେଖାତିର କରି ଉକ୍ତ ଘରୋଇ ଚିକିତ୍ସାଳୟ ପକ୍ଷରୁ ଡେଙ୍ଗୁ ଆକ୍ରାନ୍ତ ଯୁବକଙ୍କ ଚିକିତ୍ସା କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ଦୀପକଙ୍କୁ ପରିବାର ଲୋକେ ସେଠାରୁ ଏସ୍‌ସିବି ମେଡିକାଲ ନେଇଥିଲେ। ସେଠାରେ ପହଞ୍ଚତ୍ବାର କିଛି ଘଣ୍ଟା ମଧ୍ୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୀପକ ପ୍ରାଥମିକ ଅବସ୍ଥାରେ ଏସ୍‌ସିବି ମେଡିକାଲ ଯାଇଥିଲେ ମଧ୍ୟ ସେଠାରେ ଭିଡ଼ ଦେଖି ଘରୋଇ ଚିକିତ୍ସାଳୟକୁ ପଳାଇ ଆସିଥିଲେ। ତେବେ ସେ ରାୟଗଡ଼ାରୁ କଟକ ଫେରିବା ପରେ ତାଙ୍କୁ ଜ୍ୱର ହୋଇଥିଲା। ତେଣୁ ରାୟଗଡ଼ାରୁ ଡେଙ୍ଗୁ ସଂକ୍ରମିତ ହୋଇ କଟକ ଆସିଛନ୍ତି ବୋଲି ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର ସୂଚନା ଦେଇଛନ୍ତି। ଏହି ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ ନିମନ୍ତେ ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସତ୍ୟବ୍ରତ ଛୋଟରାୟ ଶୁକ୍ରବାର ନିର୍ଦ୍ଦେଶ ଦେଇଥିଲେ। ଫଳରେ ସ୍ବାସ୍ଥ୍ୟ ଅଧିକାରୀ ମୃତକଙ୍କ ଘରକୁ ଯାଇ ତଦନ୍ତ କରିବା ପରେ ଛୋଟରାୟଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ସରକାରୀ ନିୟମ ପାଳନ କରି ନ ଥିବାରୁ ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ମହାପାତ୍ର ଉକ୍ତ ଘରୋଇ ଚିକିତ୍ସାଳୟକୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଏଥିସହ ଉକ୍ତ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସୁପାରିସ କରିଛନ୍ତି। ଅପରପକ୍ଷରେ ସିଏମ୍‌ସି ପକ୍ଷରୁ ଭଗତପୁର ଅଞ୍ଚଳକୁ ବିଶୋଧନ କରାଯିବା ପାଇଁ ସ୍ଥିର ହୋଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri