ରେଞ୍ଜରଙ୍କୁ କାରଣଦର୍ଶାଅ ନୋଟିସ୍‌

ସୋନପୁର,୨୮।୯(ନି.ପ୍ର.): ସୁବର୍ଣ୍ଣପୁର ବନଖଣ୍ଡ ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ବାଘପାଲି ଜଙ୍ଗଲରେ ବାଘ ଶିକାର ଘଟଣାରେ ଉଲୁଣ୍ଡା ବନାଞ୍ଚଳ ଅଧିକାରୀ ଦିଲୀପ ପ୍ରଧାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ସୁବର୍ଣ୍ଣପୁରର ଭାରପ୍ରାପ୍ତ ବନଖଣ୍ଡ ଅଧିକାରୀ(ଡିଏଫଓ) ନୀତିଶ କୁମାର ଏହି ନୋଟିସ୍‌ ଜାରି କରିଛନ୍ତି। ଅନ୍ୟପକ୍ଷେ ବାଘ ଶିକାର ଘଟଣାରେ ଉଲୁଣ୍ଡା ସଦର ବନପାଳ ପ୍ରସନ୍ନ ନାୟକଙ୍କୁ ଡିଏଫଓ ନିଲମ୍ବନ କରିଛନ୍ତି। ପୂର୍ବରୁ କାର୍ଯ୍ୟରେ ଅବହେଳା ପାଇଁ ପିପଲକଟା ବିଟ୍‌ର ବନରକ୍ଷୀ ବଳରାମ ନାଏକଙ୍କୁ ନିଲମ୍ବନ କରାଯାଇଥିଲା। ଅନ୍ୟପକ୍ଷେ ବନ ବିଭାଗ ବାଘ ଶିକାର ଘଟଣାକୁ ଗୁରୁତର ସହ ନେଇଛି। ଏହି ଘଟଣାରେ ଅନ୍ୟତମ ଅଭିଯୁକ୍ତ କୋଟସମଲାଇ ଗ୍ରାମର ଧୁବଲେ ଦନାୟକ(୬୨)ଗିରଫ ହୋଇଛନ୍ତି। ଧୁବଲେଙ୍କ ଗିରଫ ପରେ ବାଘ ଶିକାର ଘଟଣାରେ ଅଭିଯୁକ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି।
ଚାନ୍ଦିଲି ସଂରକ୍ଷିତ ଜଙ୍ଗଲର ବାଘପାଲି ନିକଟରେ ଗତ ୧୩ ତାରିଖରେ କଲରାପତରିଆ ବାଘର ଗଳିତ ମୃତଦେହ ଉଦ୍ଧାର ହୋଇଥିଲା। ବାର୍‌ହା ଶିକାର ପାଇଁ ପ୍ରସ୍ତୁତ ବିଦ୍ୟୁତ୍‌ ଫାଶରେ ପଡି ପ୍ରାପ୍ତ ବୟସ୍କା ମାଈବାଘର ମୃତ୍ୟୁ ହୋଇଥିବା ଜଣାପଡିଥିଲା। ଶବ ଉଦ୍ଧାରର ୪ଦିନ ପୂର୍ବରୁ ବାଘର ପଞ୍ଝା, ନଖ ଓ ଦାନ୍ତକୁ ଦୁର୍ବୃତ୍ତମାନେ କାଟି ନେଇ ଯାଇଥିଲେ। ଅଭିଯୁକ୍ତଙ୍କ ନିକଟରୁ ୪ ପଞ୍ଝା, ୬ଟି ନଖ ଓ ଗୋଟିଏ ଦାନ୍ତ ଉଦ୍ଧାର ହୋଇଥିଲା। ତେବେ ବନବିଭାଗ ଏ ପର୍ଯ୍ୟନ୍ତ ବାଘର ଅନ୍ୟ ଦାନ୍ତ ଓ ୧୦ଟି ନଖ ଉଦ୍ଧାର କରିପାରିନି। ଗ୍ରାମାଞ୍ଚଳରେ ଛୋଟ ପିଲାଙ୍କୁ ବାଘ ନଖ ପିନ୍ଧାଇଲେ ଦେହ ଭଲ ରୁହେ ବୋଲି ବିଶ୍ୱାସ ରହିଛି। ତେଣୁ ବାଘ ମୃତ୍ୟୁ ପରେ ଅଭିଯୁକ୍ତମାନେ ବାଘର ୧୬ଟି ଯାକ ନଖକୁ କାଟି ନେଇଥିଲେ ବୋଲି ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି। ବାଘ ଶିକାର ପରେ କାର୍ଯ୍ୟରେ ଅବହେଳା ପାଇଁ ଡିଏଫଓ ଉଲୁଣ୍ଡା ବନାଞ୍ଚଳ ଅଧିକାରୀ, ବନପାଳ ଓ ସ୍ଥାନୀୟ ବନରକ୍ଷୀଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିଲେ। କାର୍ଯ୍ୟାନୁଷ୍ଠାନ ସ୍ବରୂପ ପ୍ରଥମେ ବନରକ୍ଷୀ ଓ ପରେ ବନପାଳଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଭାଗ ବିଫଳ ହେଲେ ବନାଞ୍ଚଳ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri