୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ପିପିଲି,୨୭ା୬(ଡି.ଏନ୍‌.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ ଯାଉଥିବା ସମୟରେ ପିପିଲି ଟୋଲ ଗେଟ୍‌ ନିକଟରେ ପୂର୍ବାହ୍ନ ୧୦.୨୦ରେ ଦୁଇଜଣ ଶିକ୍ଷୟତ୍ରୀ ରାସ୍ତାରେ ସ୍କୁଟିରେ ଯାଉଥିବାର ଦେଖିଥିଲେ।

ମନ୍ତ୍ରୀ ଶିକ୍ଷୟିତ୍ରୀ ଦ୍ୱୟଙ୍କୁ ଅଟକାଇ କାହିଁକି ବିଳମ୍ବରେ ସ୍କୁଲ ଯାଉଥିବା ପଚାରିଥିଲେ। ତେବେ ଶିକ୍ଷୟିତ୍ରୀ ଦୁଇଜଣ ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ। ପରେ ପିପିଲି ନିମାପଡ଼ା ମୁଖ୍ୟରାସ୍ତା ଜଗନ୍ନାଥପୁର ୟୁପି ସ୍କୁଲ ଅଚାନକ ଗସ୍ତ କରିଥିଲେ।

ସେଠାରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଥିଲା। ସକାଳ ୧୦.୨୩ରେ ପିଲାମାନେ ସ୍କୁଲ ପରିସରରେ ଏଣେତେଣେ ବୁଲୁଥିବାର ଦେଖିଥିଲେ। ଶିକ୍ଷକମାନେ ଅଫିସ ଭିତରେ ଏକାଠି ବସି ଗପସପ କରୁଥିବାର ନଜର ଆସିଥିଲେ। ସ୍କୁଲର ପ୍ରଧାନଶିକ୍ଷକ ଗାଡ଼ି ଧରି ବାହାରକୁ ଯିବାକୁ ବାହାରୁଥିବା ସମୟରେ ମନ୍ତ୍ରୀଙ୍କୁ ଦେଖି ଅଟକି ଯାଇଥିଲେ। ଏହାସହ ସ୍କୁଲର କାଗଜପତ୍ରରେ ମଧ୍ୟ ଅନିୟମିତତା ଦେଖିବାକୁ ପାଇଥିଲେ ମନ୍ତ୍ରୀ। ଏପରି ଅବ୍ୟବସ୍ଥା ଦେଖିବା ପରେ ଡିଇଓ ଓ ବିଇଓଙ୍କୁ ଫୋନ୍‌ କରି ଉକ୍ତ ସ୍କୁଲର ୮ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ସହ ଦରମା ବନ୍ଦ ନୋଟିସ୍‌ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri