୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ପିପିଲି,୨୭ା୬(ଡି.ଏନ୍‌.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ ଯାଉଥିବା ସମୟରେ ପିପିଲି ଟୋଲ ଗେଟ୍‌ ନିକଟରେ ପୂର୍ବାହ୍ନ ୧୦.୨୦ରେ ଦୁଇଜଣ ଶିକ୍ଷୟତ୍ରୀ ରାସ୍ତାରେ ସ୍କୁଟିରେ ଯାଉଥିବାର ଦେଖିଥିଲେ।

ମନ୍ତ୍ରୀ ଶିକ୍ଷୟିତ୍ରୀ ଦ୍ୱୟଙ୍କୁ ଅଟକାଇ କାହିଁକି ବିଳମ୍ବରେ ସ୍କୁଲ ଯାଉଥିବା ପଚାରିଥିଲେ। ତେବେ ଶିକ୍ଷୟିତ୍ରୀ ଦୁଇଜଣ ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ। ପରେ ପିପିଲି ନିମାପଡ଼ା ମୁଖ୍ୟରାସ୍ତା ଜଗନ୍ନାଥପୁର ୟୁପି ସ୍କୁଲ ଅଚାନକ ଗସ୍ତ କରିଥିଲେ।

ସେଠାରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଥିଲା। ସକାଳ ୧୦.୨୩ରେ ପିଲାମାନେ ସ୍କୁଲ ପରିସରରେ ଏଣେତେଣେ ବୁଲୁଥିବାର ଦେଖିଥିଲେ। ଶିକ୍ଷକମାନେ ଅଫିସ ଭିତରେ ଏକାଠି ବସି ଗପସପ କରୁଥିବାର ନଜର ଆସିଥିଲେ। ସ୍କୁଲର ପ୍ରଧାନଶିକ୍ଷକ ଗାଡ଼ି ଧରି ବାହାରକୁ ଯିବାକୁ ବାହାରୁଥିବା ସମୟରେ ମନ୍ତ୍ରୀଙ୍କୁ ଦେଖି ଅଟକି ଯାଇଥିଲେ। ଏହାସହ ସ୍କୁଲର କାଗଜପତ୍ରରେ ମଧ୍ୟ ଅନିୟମିତତା ଦେଖିବାକୁ ପାଇଥିଲେ ମନ୍ତ୍ରୀ। ଏପରି ଅବ୍ୟବସ୍ଥା ଦେଖିବା ପରେ ଡିଇଓ ଓ ବିଇଓଙ୍କୁ ଫୋନ୍‌ କରି ଉକ୍ତ ସ୍କୁଲର ୮ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ସହ ଦରମା ବନ୍ଦ ନୋଟିସ୍‌ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?