୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ରବିନାରାୟଣ ଜେନା): ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ହେଲେ କ୍ଷମତା ଅଧିକାରୀଙ୍କୁୁ ଏଭଳି ଅନ୍ଧ କରିଦେଉଛି, ଅନେକ ସମୟରେ ନୀତି ନିୟମ ଭୁଲି ଯାଉଛନ୍ତି; ଯେଉଁଥିପାଇଁ ସରକାରଙ୍କ ପକ୍ଷରୁ ଯେତେ କାଗଜ ଡରାଣ ଦେଖାଗଲେ ମଧ୍ୟ ତାକୁ ଅଧିକାରୀମାନେ ମାନିବାକୁ ନାରାଜ। ଏଭଳି ଏକ ଉଦାହରଣ ଅର୍ଥ ବିଭାଗରେ ଦେଖିବାକୁ ମିଳିଛି। ୧୦ଜଣ ଓଡ଼ିଶା ଅର୍ଥ ସେବା ଅଧିକାରୀଙ୍କୁ ବିଭାଗ ପକ୍ଷରୁ ବାରମ୍ବାର ବଦଳି ନିର୍ଦ୍ଦେଶନାମା ଜାରି ହେଉଥିଲେ ହେଁ ସେମାନେ ଘୁଞ୍ଚୁ ନାହାନ୍ତି। ଏହାକୁ ନେଇ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।
ଜାନୁଆରୀ ୨୮ରେ ଅର୍ଥବିଭାଗ ଅନୁସଚିବ ସୁନେଇନା ସିଂହ ସମ୍ପୃକ୍ତ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଯଦି ଏହି ପତ୍ର ପାଇବା ପରେ କାର୍ଯ୍ୟରେ ଯୋଗ ନ ଦିଅନ୍ତି ତେବେ ସରକାରଙ୍କ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଉ ସୁଯୋଗ ପ୍ରଦାନ କରାଯିବ ନାହିଁ ବୋଲି ସିଂହ ପତ୍ରରେ ଦର୍ଶାଇଛନ୍ତି। ସିଂହ ଦେଇଥିବା ପତ୍ରରେ ବରିଷ୍ଠ ଓଏଫ୍‌ଏସ୍‌ ସତ୍ୟସାଇ ଦାସ, ବିଜୟଲକ୍ଷ୍ମୀ ବିଶ୍ୱାଳ, ସନତ କୁମାର ଜେନା, ଗୀତା ଦାସ, ନିରୁପମା ସାହୁ, ପଦ୍ମଜ୍ୟୋତି ସାହୁ, ବିଚିତ୍ର ଗମାଙ୍ଗୋ, ବିରଞ୍ଚିି ମହାନନ୍ଦିଆ, ପଦ୍ମାବତୀ ନାୟକ ଓ ବିଭୂତେନ୍ଦୁ ପ୍ରତାପ ଲେଙ୍କା ରହିଛନ୍ତି।
ସିଂହ ଦର୍ଶାଇଛନ୍ତି, ବିଭାଗ ପକ୍ଷରୁ ଏହା ପୂର୍ବରୁ ୨୦୨୫ ଅକ୍ଟୋବର ୧୬ ଏବଂ ୨୪ରେ ଦୁଇଥର ବିଜ୍ଞପ୍ତି ଜାରି ହେବା ସହିତ ମୌକ୍ଷିକ ଭାବେ କୁହାଯାଇଛି। ମାତ୍ର ସମ୍ପୃକ୍ତ ଅଧିକାରୀ ନିଜ ସ୍ଥାନ ଛାଡୁ ନାହାନ୍ତି। ଅଧିକାରୀମାନେ ବଦଳି ସ୍ଥାନରେ ଯୋଗ ନ ଦେବା ଯୋଗୁ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ଏହାକୁ ସରକାରୀ ବିଶୃଙ୍ଖଳା ଭାବେ କାହିଁକି ଗ୍ରହଣ କରା ନ ଯିବ। ଯଦି ଚିଠି ପାଇବାର ୭ଦିନ ମଧ୍ୟରେ ବଦଳି ସ୍ଥାନରେ ଯୋଗ ନ ଦିଅନ୍ତି କିମ୍ବା ବିଭାଗକୁ ଅବଗତ ନ କରାନ୍ତି, ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଂହ ଦର୍ଶାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?