ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।

କାର୍ଯ୍ୟାଳୟର ଚିଠି ସଂଖ୍ୟା ୬୩୭/୨୦୨୬ ତାରିଖ ୧୦।୪।୨୦୨୬ ଅନୁଯାୟୀ ଗତ ୧୦ ତାରିଖରେ ୧୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ବିଦ୍ୟାଳୟ ଚାଲୁ ରହିବା ସମୟରେ ଗୁଡ଼ାରି ସହର ଅତିକ୍ରମ କରି ସ୍କୁଲ ଅଭିମୁଖେ ଯାଉଥିବା ଦେଖିବାକୁ ମିଳିଥିଲା। ବିଦ୍ୟାଳୟ ସମୟ ସକାଳ ୬ଟା୩୦ରୁ ଆରମ୍ଭ ହୋଇଥିବା ବେଳେ ଏହି ଶିକ୍ଷୟିତ୍ରୀ ଶିକ୍ଷକ ନିର୍ଦ୍ଧାରିତ ସମୟ ପରେ ଗୁଡାରି ସହର ଅତିକ୍ରମ କରିଥିଲେ। ତେଣୁ କାର୍ଯ୍ୟାଳୟ ପକ୍ଷରୁ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।

୩ ଦିନ ମଧ୍ୟରେ ଏହାର ଉତ୍ତର ଦେବା ପାଇଁ ନିଦ୍ଦେଶ ରହିଛି, ଯଦି ଏହାର ଖିଲାପ ହୁଏ ତେବେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ସୁନା କହିଛନ୍ତି।

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଂଗୁଡା ରୂପମାଝୀ ଏ ସମ୍ପର୍କରେ ତାଙ୍କୁ ଅବଗତ କରିବା ପରେ ସେମାନଙ୍କୁ ନୋଟିସ ଜାରି କରାଯାଇଛି। ଏହାଛଡ଼ା ୨ ଦିନ ପୂର୍ବେ ସେ ନିଜେ ମଧ୍ୟ ଏମ୍‌କେରାଇ ବିଦ୍ୟାଳୟ ନିକଟରେ କେତେଜଣ ଶିକ୍ଷକଙ୍କୁ ବିଦ୍ୟାଳୟ ଚାଲୁ ରହିବା ସମୟରେ ବାହାରେ ଦେଖିଥିବା ସୂଚନା ଦେଇଛନ୍ତି। ବିନା ସୂଚନାରେ ବିଦ୍ୟାଳୟ ସମୟରେ ବାହାରେ ଦେଖିଲେ ନିଶ୍ଚିତ ଭାବେ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଇଓ କହିଛନ୍ତି। ଯେଉଁ ଶିକ୍ଷୟିତ୍ରୀ ଶିକ୍ଷକ ନିୟମତି ସମୟ ଅନୁସାରେ ବିଦ୍ୟାଳୟକୁ ଯାଇଥାନ୍ତି ସେମାନେ ବିଇଓଙ୍କ ଏହି କାର୍ଯ୍ୟକୁ ସ୍ବାଗତ କରିଛନ୍ତି। ବ୍ଲକ ଶିକ୍ଷକ ସଂଘ ସଭାପତି ସୁବାସ ଚନ୍ଦ୍ର ଗୌଡ଼ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ନିର୍ଦ୍ଧାରିତ ସମୟରେ ବିଦ୍ୟାଳୟ ଯିବାକୁ ଅନୁରୋଧ କରିବା ସହ ଆସନ୍ତା ସୋମବାର ଏ ନେଇ ବିଇଓଙ୍କୁ ସଂଘର ଏକ ପ୍ରତିନିଧି ଦଳ ଭେଟି ଆଲୋଚନା କରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri