ଉଦ୍ଧାର କୌଶଳ ଦେଖାଇଲେ ଯବାନ

କଣିହାଁ,୧୭ା୧୨ (ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ ଜଳଭଣ୍ଡାରରେ ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ପକ୍ଷରୁ ଶୁକ୍ରବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଣ୍ଡୁଳିସ୍ଥିତ ଏନ୍‌ଡିଆର୍‌ଏଫ୍‌ ୨୩ ନମ୍ବର ବାଟାଲିୟନର ଯବାନଙ୍କ ଦ୍ୱାରା ବନ୍ୟା ସମୟରେ ଓ ଡ୍ୟାମ୍‌ ଜଳଭଣ୍ଡାର ମଧ୍ୟରୁ କିପରି ଲୋକଙ୍କ ଜୀବନ ରକ୍ଷା କରାଯାଇପାରିବ ତାହାର ବହୁ ଶିକ୍ଷଣୀୟ ଉପାୟ ପ୍ରଦର୍ଶନ କରିଥିଲେ। ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସଦସ୍ୟମାନେ ରିମୋଟ କଣ୍ଟ୍ରୋଲ ଲାଇଫ୍‌ ବୟର ବ୍ୟବହାର, ଉଦ୍ଧାର କରିବାର ସହଜ ଉପାୟ ସମ୍ପର୍କରେ ସଚେତନ କରିଥିଲେ। ବିଶେଷକରି ବନ୍ୟା ବିପତ୍ତି ସମୟରେ ଗଁାମାନଙ୍କରେ ଉପଲବ୍ଧ ପ୍ଲାଷ୍ଟିକ ବୋତଲ, ଜାରକିନ, କାଠବିଡା, ମୋଟର ଟ୍ୟୁବ ଆଦିକୁ ଠିକ୍‌ ଭାବେ କିପରି ବ୍ୟବହାର କରି ଧନଜୀବନ ରକ୍ଷା କରାଯାଇପାରିବ ତାହା ଉପରେ ଆଲୋକପାତ କରିଥିଲେ। ଏନ୍‌ଡିଆର୍‌ଏଫ୍‌ ଟିମ୍‌ କମାଣ୍ଡର ସୁବ୍ରତ କୁମାର ଭୋଇ, ସବ୍‌ଇନ୍ସପେକ୍ଟର ସତ୍ୟବ୍ରତ ବେହେରା, ଜଗଦୀପ ମେରୁପାଲି ଓ ଅନ୍ୟ ସହଯୋଗୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅତିଥି ଭାବେ ଓଏଚ୍‌ପିସି ସାଧାରଣ ପରିଚାଳକ ରଞ୍ଜନ କୁମାର ପରିଡା, ଅତିରିକ୍ତ ସାଧାରଣ ପରିଚାଳକ ସୁବ୍ରତ ଷଡଙ୍ଗୀ, ବନ୍ଧ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଜଗନ୍ନାଥ ପଣ୍ଡା, ମାନବ ସମ୍ବଳ ଅଧିକାରୀ ନୀଳିମା ଦେନାଥ, ଅର୍ଥ ବିଭାଗ ପରିଚାଳକ ମୁକ୍ତିକାନ୍ତ ଅଗସ୍ତି ପ୍ରମୁଖ ଯୋଗ ଦେଇଥିଲେ। ଓଏଚପିସିର ସମସ୍ତ ଯନ୍ତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri