ଥରେ ପୁଟିନ ଦେଖନ୍ତୁ ଏହି ଦୃଶ୍ୟ: ଆହତ ଶିଶୁକୁ ଧରି ଭୋ ଭୋ କାନ୍ଦିଲେ ଡାକ୍ତର

କ୍ୱିଭ,୨୮ ।୨: ୟୁକ୍ରେନ ଉପରେ ଫେବୃୟାରୀ ୨୪ରୁ ଲାଗାତାର ଭାବେ ରୁଷିଆ ଆକ୍ରମଣ କରି ଚାଲିଛି । ଏଥିରେ ବହୁ ଧନ ଜୀବନ ନଷ୍ଟ ହେବା ସହ ଏପର୍ଯ୍ୟନ୍ତ ୩୫୨ ୟୁକ୍ରେନ ନାଗରିକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏମାନଙ୍କ ମଧ୍ୟରେ ୧୬ ଶିଶୁ ସାମିଲ ଅଛନ୍ତି । ତେବେ ରବିବାର ୟୁକ୍ରେନର ମରିୟୁପୋଲ ଅଞ୍ଚଳରେ ରୁଷିଆ ଆକ୍ରମଣରେ ଜଣେ ୬ ବର୍ଷର ଶିଶୁ ଆହତ ହୋଇଥିବା ବେଳେ ତାଙ୍କ ମାତାପିତା ତାଙ୍କୁ ଚିକିତ୍ସା ଲଗି ହସ୍ପିଟାଲ ନେଇ ଯାଇଥିଲେ । ପିତା ଶିଶୁଟିକୁ ହସ୍ପିଟାଲ ଭିତରକୁ ନେଇ ଯାଇଥିବା ବେଳେ ମା’ ଆମ୍ବୁଲାନ୍ସରେ ବସି ଶିଶୁର ଫେରିବା ବାଟକୁ ଚାହିଁ ଲୁହ ନିଗାଡି ଚାଲିଥିଲେ । ତେବେ ଡାକ୍ତରଙ୍କ ଶତଚେଷ୍ଟା ପରେ ବି ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଥିଲା ନିଷ୍ପାପ ଶିଶୁଟି । ଏହି ଦୃଶ୍ୟ ହସ୍ପିଟାଲ କର୍ମଚାରୀଙ୍କ ସମେତ ଉପସ୍ଥିତ ସମସ୍ତ ଜନତାଙ୍କ ଆଖିରେ ଲୁହ ଭରି ଦେଇଥିଲା । ଆଉ ଶିଶୁଟିକୁ ଚିକିତ୍ସା କରୁଥିବା ଡାକ୍ତର ନିଜର କୋହ ସମ୍ଭାଳି ନ ପାରି ଭୋ ଭୋ ହୋଇ କାନ୍ଦି ଉଠିବା ସହ କହିଥିଲେ ପୁଟିନ ଥରେ ଦେଖନ୍ତୁ ଏହି ଦୃଶ୍ୟ । ଏହା କେତେ ହୃଦୟସ୍ପଶୀ ଓ ଯନ୍ତଣା ଦାୟକ ତାହା ବୟାନ କରିବା କଷ୍ଟକର ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri