୩ମନ୍ତ୍ରୀଙ୍କୁ ଯୁବ କଂଗ୍ରେସର କଳାପତାକା ପ୍ରଦର୍ଶନ

ବଲାଙ୍ଗୀର, ୧୦।୯ (ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ଗସ୍ତରେ ଥିବା ତିନିଜଣ ମନ୍ତ୍ରୀଙ୍କୁ ଶନିବାର ଯୁବ କଂଗ୍ରେସ କର୍ମୀମାନେ କଳାପତାକା ଦେଖାଇ ବିରୋଧ କରିଥିଲେ। ମନ୍ତ୍ରୀଙ୍କ ପଟୁଆର ଯାଉଥିବାବେଳେ ସେମାନେ କଳାପତାକା ଦେଖାଇ ନାରାବାଜି କରିଥିଲେ। ଟିଟିଲାଗଡ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଇଚ୍‌ଗଁାଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶ୍ରମମନ୍ତ୍ରୀ ସାରଦା ପ୍ରସାଦ ନାୟକ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ଏବଂ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ସହ ଭଟଲି ବିଧାୟକ ସୁଶାନ୍ତ ସିଂ ଯାଉଥିଲେ। ଟିଟିଲାଗଡ଼ ବ୍ଲକ ଡିଆଁଟନ ଗଁାରେ ଯୁବ କଂଗ୍ରେସର କେତେଜଣ କର୍ମୀ କଳା ପତାକା ଦେଖାଇଥିଲେ। କୁରସୁଡ୍‌ଠାରେ ଉନ୍ଦେର ନଦୀରେ ମଞ୍ଜୁର ବ୍ୟାରେଜ୍‌କୁ ଅନ୍ୟତ୍ର ସ୍ଥାନାନ୍ତରଣର ପ୍ରତିବାଦ ସହ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଗାଇବାରେ ପାତରଅନ୍ତର ନୀତି ଅବଲମ୍ବନ, ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ ଏବଂ ଟିଟିଲାଗଡ ସ୍ବତନ୍ତ୍ର ଜିଲା ଗଠନ ପ୍ରସଙ୍ଗକୁ ନେଇ ନାରାବାଜି କରାଯାଇଥିଲା। ଟିଟିଲାଗଡ ଜିଲା ଗଠନ କେବେ ବୋଲି କଂଗ୍ରେସ କର୍ମୀମାନେ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri