ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଭିଡିଓରେ ଶ୍ରଦ୍ଧା ଏକ ଜୁଏଲେରୀ ଦୋକାନରେ ଗ୍ରାହକଙ୍କୁ ଅଳଙ୍କାର ବିକ୍ରି କରୁଥିବା ଦେଖିବାକୁ ମିଳିଛି।
ପୁନେର ଏକ ଜୁଏଲେରୀ ଦୋକାନରେ କୌଣସି ସେଲ୍ସ ଗର୍ଲଙ୍କ ପରି ଶ୍ରଦ୍ଧା ଗୋଟିଏ ନୂଆ ଅଳଙ୍କାର ବ୍ରାଣ୍ଡକୁ ବିକ୍ରି କରିବା ପାଇଁ ଚେଷ୍ଟା କରୁଥିବା ଭିଡିଓରୁ ଜଣାପଡ଼ୁଛି। ପ୍ରଥମେ ସେ ଦୋକାନର ଫାଟକ ନିକଟରେ ଠିଆହୋଇ ଗ୍ରାହକଙ୍କୁ ସ୍ବାଗତ କରୁଛନ୍ତି। ଏହାସହ ସେ ଗ୍ରାହକଙ୍କୁ ଅଳଙ୍କାର କିଣିବାରେ ସାହାଯ୍ୟ ମଧ୍ୟ କରୁଛନ୍ତି। କେଉଁ ଅଳଙ୍କାର କିଣିବା ଉଚିତ ଏବଂ କେଉଁ ପୋଷାକ ସହ କେଉଁ ଅଳଙ୍କାର ଉପଯୁକ୍ତ ହେବ, ଏନେଇ ଶ୍ରଦ୍ଧା ଉପସ୍ଥିତ ଗ୍ରାହକଙ୍କୁ ପରାମର୍ଶ ଦେଉଛନ୍ତି। ଶ୍ରଦ୍ଧାଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ତାଙ୍କର ସେଲ୍ସ ଗର୍ଲ ରୂପ ଦେଖି ଅନେକ ପ୍ରଶଂସକ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ସେଲ୍ସ ଗର୍ଲ ଭାବେ କାର୍ଯ୍ୟ କରୁଥିବା ମହିଳାଙ୍କ କାମ କେଡ଼େ କଷ୍ଟ ତାହା ଜଣାଇବାକୁ ଏହି ଭିଡିଓ କରିଥିବା ଶ୍ରଦ୍ଧା କହିଛନ୍ତି। ପ୍ରଥମଥର ପାଇଁ ସେ ଜଣେ ସେଲ୍ସ ଗାର୍ଲ ଭାବେ କାର୍ଯ୍ୟ କରିଥିବା ବେଳେ ଏହା ଆଦୌ ସହଜ ହୋଇ ନ ଥିବା ଶ୍ରଦ୍ଧା କହିଛନ୍ତି। ଆଦିତ୍ୟ ରୟ କପୁରଙ୍କ ସହ ‘ଆଶିକୀ ୨’ ଚଳଚ୍ଚିତ୍ରରୁ ଶ୍ରଦ୍ଧା ବଲିଉଡ୍‌ରେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ଗତବର୍ଷ ରିଲିଜ୍‌ ହୋଇଥିବା ‘ତୁ ଝୁଟି ମେଁ ମକ୍କାର’ ଫିଲ୍ମରେ ଶ୍ରଦ୍ଧାଙ୍କୁ ଶେଷଥର ପାଇଁଁ ଦେଖିବାକୁ ମିଳିଥିଲା। ଏହି ଚଳଚ୍ଚିତ୍ରରେ ସେ ରଣବୀର କପୁରଙ୍କ ସହ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଆଗାମୀ ଦିନରେ ଶ୍ରଦ୍ଧା ରାଜକୁମାର ରାଓଙ୍କ ସହ ‘ସ୍ତ୍ରୀ ୨’ ଫିଲ୍ମରେ ନଜର ଆସିବେ। ଏହି ଚଳଚ୍ଚିତ୍ର ଆସନ୍ତା ଅଗଷ୍ଟ ୩୦ରେ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri