Posted inଜାତୀୟ

ଶ୍ରଦ୍ଧା ହତ୍ୟା ଘଟଣା: ଦୋଷ ମାନିଲେ ଅଫତାବ୍‌

ନୂଆଦିଲ୍ଲୀ,୨୨।୧୧: ବହୁଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ଅଭିଯୁକ୍ତ ଅଫତାବ୍‌ଙ୍କୁ ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାକେତ କୋର୍ଟରେ ହାଜର କରାଯାଇଥିଲା। ଅଫତାବ୍‌ କୋର୍ଟ ସମ୍ମୁଖରେ ନିଜର ଅପରାଧ ସ୍ବୀକାର କରିବା ସହ କହିଥିଲେ, ଯାହା କରିଛି ତାହା ଭୁଲ। ରାଗରେ ଶ୍ରଦ୍ଧାଙ୍କୁ ହତ୍ୟା କରିଥିଲି। ବର୍ତ୍ତମାନ ପୋଲିସକୁ ତଦନ୍ତରେ ସମ୍ପୂର୍ଣ୍ଣ ସାହାଯ୍ୟ କରୁଛି। ଶ୍ରଦ୍ଧାଙ୍କ ଶରୀରର ଖଣ୍ଡଗୁଡିକ ଫିଙ୍ଗିଥିବା ସ୍ଥାନ ସବୁ ପୋଲିସକୁ କହିଛି। ଆଉ କିଛି ସ୍ଥାନ ମୁଁ ଭୁଲି ଯାଇଛି। କୋର୍ଟରେ ସମସ୍ତ ପ୍ରଶ୍ନ ଉତ୍ତର ସେ କେବଳ ଇଂରାଜୀରେ ଦେଇଥିଲେ।
ଦିଲ୍ଲୀ ପୋଲିସର ଦାବିରେ ସାକେତ କୋର୍ଟ ଅଫତାବ୍‌ଙ୍କ ରିମାଣ୍ଡକୁ ଚାରି ଦିନ ବୃଦ୍ଧି କରିଛନ୍ତି। ଅଫତାବ ଶ୍ରଦ୍ଧାଙ୍କ ମୃତ ଶରୀରର ଖଣ୍ଡଗୁଡ଼ିକୁ ଫୋପାଡି ଦେଇଥିବା ଜଙ୍ଗଲରେ ପୋଲିସ ପୁଣି ଥରେ ସର୍ଚ୍ଚ ଅପରେଶନ କରିବ ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ଗତ ମେ ମାସରେ ଅଫତାବ୍‌ ଏହି ହତ୍ୟାକାଣ୍ଡ କରିଥିଲେ। ହତ୍ୟା ପରେ ସେ ନିର୍ଦ୍ଦୟ ଭାବରେ ମୃତ ଶରୀରକୁ ୩୫ ଖଣ୍ଡରେ କାଟି ପ୍ରତିଦିନ ଗୋଟିଏ ପରେ ଗୋଟିଏ ଫୋପାଡି ଦେଉଥିଲେ। ଶ୍ରଦ୍ଧାଙ୍କ ବନ୍ଧୁଙ୍କ ଜରିଆରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏହା ପରେ ଦିଲ୍ଲୀ ପୋଲିସ ଏହି ମାମଲାରେ ଏକ ରଜୁ କରି ହତ୍ୟାକାଣ୍ଡର ଅନୁସନ୍ଧାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri