ଆଜିଠୁ ଶ୍ରୀଜଗନ୍ନାଥ ବସ୍‌ରେ ପୁରୀ ଆସିବେ ଶ୍ରଦ୍ଧାଳୁ

ପୁରୀ,୨୯ା୧(ଅଜିତ୍‌ ମହାନ୍ତି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ ଯେପରି ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ପ୍ରଦକ୍ଷିଣ କରିପାରିବେ ସେ ନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତମାନେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ରେ ପୁରୀ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ବସ୍‌ ସୁବିଧା କରାଯାଇଛି। ସେହିପରି ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ଲୋକେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିଲେ ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟ କ୍ରମେ ବିଭିନ୍ନ ଜିଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିକ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ। ସେହି ଆଧାରରେ ସୋମବାର ଅର୍ଥାତ ଜାନୁଆରୀ ୨୯ ତାରିଖଠାରୁ ପର୍ଯ୍ୟାୟ କ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳରୁ ଜନସାଧାରଣ ଆସିବାର କାର୍ଯ୍ୟକ୍ରମ ରହିଛି। ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସ୍‌ଗୁଡିକ ବୀରହରେକୃଷ୍ଣପୁର ଡାହାଣ ପାଶର୍‌ବରେ ଯାଇ ସମଙ୍ଗ ପାର୍କିଂ ସ୍ଥଳରେ ପହଞ୍ଚତ୍ବେ। ସେଠାରୁ ଜିଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ୍‌ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍‌ ସେଣ୍ଟରକୁ ନିଆଯିବ। ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ। ଏହି କାର୍ଯ୍ୟରେ ବିଭିନ୍ନ ଅଧିକାରୀ, କର୍ମଚାରୀ,ସୁରକ୍ଷା କର୍ମଚାରୀ ଓ ସ୍ବେଚ୍ଛାସେବୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଶ୍ରଦ୍ଧାଳୁମାନଙ୍କ ପାଇଁ ଆବଶ୍ୟକ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରଥମ ଦିନର କାର୍ଯ୍ୟସୂଚୀ ଅନୁସାରେ ସକାଳ ୯ଟାରେ କଟକ ମହାନଗର ନିଗମ ଓ ୧୦ଟାରେ କଟକ ଜିଲାର ଅନ୍ୟ ବ୍ଲକ ଅଞ୍ଚଳର ଶ୍ରଦ୍ଧାଳୁ ପହଞ୍ଚତ୍ବେ। ସେହିପରି ମୟୂରଭଞ୍ଜ, ବାଲେଶ୍ୱର ସକାଳ ୧୦ଟା, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳର ଶ୍ରଦ୍ଧାଳୁମାନେ ମଧ୍ୟାହ୍ନ ୧୨ଟାରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri