Posted inଖେଳ

ଶ୍ରଦ୍ଧାଞ୍ଜଳି ଜାତୀୟ ଫୁଟ୍‌ବଲ ଚୟନକର୍ତ୍ତା

ଭୁବନେଶ୍ୱର, ୫ା୫ (ସ୍ପୋଟର୍‌ସ ବ୍ୟୁରୋ): ଭାରତୀୟ ଦଳର ପୂର୍ବତନ ଅଧିନାୟିକା ଓ କୋଚ୍‌ କିମ୍ବଦନ୍ତୀ ଫୁଟବଲର ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କ ଉପରେ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ପୁଣି ଆସ୍ଥା ପ୍ରକଟ କରିଛି। ତାଙ୍କୁ ମହିଳା ଜାତୀୟ ଫୁଟ୍‌ବଲ ଦଳର ଚୟନକର୍ତ୍ତା ଭାବେ ନିଯୁକ୍ତି ଦେଇଛି। ଗୁଜରାଟର ଅହମଦାବାଦରେ ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌) ଗତ ଏପ୍ରିଲ ୩୦ରୁ ଆରମ୍ଭ ହୋଇଛି। ଏହା ମେ ୨୧ ପର୍ଯ୍ୟନ୍ତ ଚାଲିବ। ଏଥିରୁ ପ୍ରଦର୍ଶନ ଭିତ୍ତିରେ ଜାତୀୟ ଦଳ ପାଇଁ ଯୋଗ୍ୟ ଖେଳାଳିଙ୍କୁ ଶ୍ରଦ୍ଧାଞ୍ଜଳି ଚୟନ କରିବେ। ସୂଚନାଯୋଗ୍ୟ, ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଓଡ଼ିଶାର ଏହି ପୂର୍ବତନ ଖେଳାଳି ଦଶନ୍ଧି ହେଲା ଭାରତୀୟ ଦଳର ବିଭିନ୍ନ ବର୍ଗ ପାଇଁ ପ୍ରଶିକ୍ଷକ ଓ ଚୟନକର୍ତ୍ତା ଭାବେ ସଫଳତାର ସହ ତୁଲାଇ ଆସୁଛନ୍ତି। ଏହି ଦାୟିତ୍ୱ ମିଳିବା ପରେ ଶ୍ରଦ୍ଧାଞ୍ଜଳି ଏଆଇଏଫ୍‌ଏଫ, ଫାଓ (ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା) ଏବଂ ତାଙ୍କ ନିଯୁକ୍ତିଦାତା ନାଲକୋ କର୍ତ୍ତୃପକ୍ଷଙ୍କ ପ୍ରତି ତାଙ୍କର କୃତଜ୍ଞତା ଜ୍ଞାପନ କରିଛନ୍ତି। ଓଡ଼ିଶା ସରକାରଙ୍କ ପ୍ରୋତ୍ସାହନ ତାଙ୍କୁ ଉତ୍ସାହିତ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri