Posted inଜାତୀୟ

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା ଖୁସୀରାମ ପାଲ ନିଜ ବୃଦ୍ଧ ମାତା-ପିତାଙ୍କୁ ପାଲିଙ୍କିରେ ବସାଇ ପ୍ରାୟ ୧୫ କିଲୋମିଟର ପାଦରେ ଚାଲି ପ୍ରସିଦ୍ଧ ଝୁମରନାଥ ଧାମରେ ଭଗବାନ ଭୋଳେନାଥଙ୍କ ଦର୍ଶନ କରାଇଛନ୍ତି । ତାଙ୍କର ଏହି ଅନନ୍ୟ ସେବାଭାବ ପୌରାଣିକ ଶ୍ରବଣ କୁମାରଙ୍କ କାହାଣୀକୁ ପୁଣିଥରେ ମନେ ପକାଇଦେଇଛି ।

ଶ୍ରାବଣ ମାସ ଅବସରରେ ମାରୁତୀଧାମ, ମୋତିଖେଡ଼ାରୁ ଏହି ଯାତ୍ରା ଆରମ୍ଭ ହୋଇଥିଲା। ଯାତ୍ରା ପୂର୍ବରୁ ଖୁସୀରାମ ନିଜ ମାତା-ପିତାଙ୍କୁ ନୂଆ ବସ୍ତ୍ର ପିନ୍ଧାଇଥିଲେ। ପରେ ସେମାନଙ୍କୁ ଅଲଗା ଅଲଗା ପାଲିଙ୍କିରେ ବସାଇ ନିଜ କାନ୍ଧରେ ବୋହି ଯାତ୍ରା ଆରମ୍ଭ କରିଥିଲେ। ଯାତ୍ରା ସମୟରେ ଆଗରେ ଢୋଲ-ନଗଡ଼ା ବାଜୁଥିବା ବେଳେ ପଛରେ ବହୁ ସଂଖ୍ୟକ ଗ୍ରାମବାସୀ ‘ହର ହର ମହାଦେବ’ ଧ୍ୱନି ଦେଇ ସାମିଲ ହୋଇଥିଲେ। ସମଗ୍ର ରାସ୍ତାରେ ଭକ୍ତି ଓ ଉତ୍ସାହର ପରିବେଶ ଦେଖିବାକୁ ମିଳିଥିଲା।

ଖୁସୀରାମ ପାଲ କହିଛନ୍ତି, ତାଙ୍କ ପାଇଁ ମାତା-ପିତା ହିଁ ସାକ୍ଷାତ ଭଗବାନ। ଦୀର୍ଘ ଦିନ ଧରି ସେ ନିଜ କାନ୍ଧରେ ବୋହି ମାତା-ପିତାଙ୍କୁ ଝୁମରନାଥ ଧାମରେ ଭଗବାନ ଶିବଙ୍କ ଦର୍ଶନ କରାଇବାକୁ ଇଚ୍ଛା ରଖିଥିଲେ। ଶ୍ରାବଣ ମାସରେ ତାଙ୍କର ଏହି ଇଚ୍ଛା ପୂରଣ ହୋଇଛି।ବିଭିନ୍ନ ସ୍ଥାନରେ ତାଙ୍କୁ ଗ୍ରାମବାସୀମାନେ ଯାତ୍ରାକୁ ସ୍ୱାଗତ କରିଥିଲେ। ସୋସିଆଲ ମିଡିଆରେ ମଧ୍ୟ ଏହି ଘଟଣା ବେଶ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଖୁସୀରାମଙ୍କ ସେବାଭାବକୁ ସମସ୍ତେ ପ୍ରଶଂସା କରୁଛନ୍ତି।

ଏବେ ପବିତ୍ର ଶ୍ରାବଣ ମାସ ଚାଲିଥିବାରୁ ସାରା ଦେଶରେ ଶିବଭକ୍ତଙ୍କ ଭିଡ଼ ଦେଖିବାକୁ ମିଳୁଛି। ଭକ୍ତମାନେ ଗଙ୍ଗାଜଳ ଆଣି ଭଗବାନ ଶିବଙ୍କ ଜଳାଭିଷେକ କରୁଛନ୍ତି। କାଉଡ଼ିଆଙ୍କ ଭକ୍ତିମୟ ଯାତ୍ରାରେ ପରିବେଶ ଉତ୍ସବମୁଖର ହୋଇଉଠିଛି। ଶ୍ରାବଣର ଦ୍ୱିତୀୟ ସୋମବାର ୧୦ ଅଗଷ୍ଟରେ ପଡ଼ୁଥିବା ବେଳେ ୧୧ ଅଗଷ୍ଟ, ମଙ୍ଗଳବାର ଶିବରାତ୍ରି ପାଳନ କରାଯିବ । ସେହି ଦିନ ମଧ୍ୟ ବହୁ ସଂଖ୍ୟାରେ ଶିବଭକ୍ତଙ୍କ ସମାଗମ ହେବ ବୋଲି ଆଶା କରାଯାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri