Posted inଖେଳ

ଶ୍ରାବଣୀ, ଅମିୟ ଦ୍ରୁତତମ

ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଚାଲିଥିବା ୨୬ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରାବଣୀ ନନ୍ଦ ଓ ଅମିୟ ମଲିକ ଯଥାକ୍ରମେ ଦ୍ରୁତତମ ଧାବିକା ଓ ଧାବକ ବିବେଚିତ ହୋଇଛନ୍ତି। ଅଲିମ୍ପିଆନ୍‌ ତଥା ତାରକା ଆଥଲେଟ୍‌ ଶ୍ରାବଣୀ ମଙ୍ଗଳବାର ଅନୁଷ୍ଠିତ ମହିଳା ୧୦୦ ମିଟର ଇଭେଣ୍ଟରେ ୧୧.୫୭ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ତାମିଲନାଡ଼ୁର ଅର୍ଚନା ସୁସେନ୍ଦ୍ରନ (୧୧.୬୬) ରୌପ୍ୟ ଓ କର୍ନାଟକର ଧନେଶ୍ୱରୀ ଏ.ଟି. (୧୧.୬୯) ବ୍ରୋଞ୍ଜ ପଦକ ପାଇଛନ୍ତି। ସେହିପରି ପୁରୁଷ ୧୦୦ ମିଟରକୁ ତାରକା ଆଥଲେଟ୍‌ ଅମିୟ ୧୦.୩୧ ସେକେଣ୍ଡରେ ଅତିକ୍ରମ କରି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ତାମିଲନାଡ଼ୁର ଇଲାକ୍କିୟାଡସନ କେ. ୧୦.୩୭ ସେକେଣ୍ଡ ସମୟ ନେଇ ରୌପ୍ୟ ପଦକ ପାଇଥିତ୍ବାବେଳେ ଓଡ଼ିଶାର ଡି.ଏମ. ଜୟରାମ ୧୦.୪୦ ସେକେଣ୍ଡ ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଓଡ଼ିଶା ହାଇଜମ୍ପର ସ୍ବାଧୀନ କୁମାର ମାଝି ବ୍ରୋଞ୍ଜ ପଦକ ପାଇଛନ୍ତି। ସେ ୨.୧୧ ମିଟର ଡେଇଁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ମହାରାଷ୍ଟ୍ରର ଅନିଲ କୁଶାରେ (୨.୨୨) ସ୍ବର୍ଣ୍ଣ ଏବଂ କର୍ନାଟକର ଜେସେ ସନ୍ଦେଶ (୨.୧୮ ମିଟର) ରୌପ୍ୟ ପଦକ ପାଇଛନ୍ତି। ୪ ଦିନ ବିଶିଷ୍ଟ ଏହି ପ୍ରତିଯୋଗିତା ୧୮ ତାରିଖରେ ଶେଷ ହେବ। ଏହା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ଟ୍ରାଏଲ୍‌ଭାବେ ବିବେଚିତ ହେଉଛି। ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଚଳିତବର୍ଷ ଜୁଲାଇ ୧୨ରୁ ୧୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri