ଭ୍ରମରବାଡିରେ ଶ୍ରୀ ଅନ୍ନ ଯୋଜନା: ଖୋଲିଲା ଖାଦ୍ୟରଆସର

ଦାରିଙ୍ଗବାଡି,୨୯।୧୦(ଅରୁଣ ସାହୁ):ପାରମ୍ପରିକ ଖାଦ୍ୟର ବହୁଳ ପ୍ରଚାର ପ୍ରସାର ସହ ଲୋକଙ୍କ ସ୍ବାସ୍ଥ୍ୟର ଉନ୍ନତି ପାଇଁ ସରକାର ଓଡ଼ିଶା ମିଲେଟ ମିଶନ ଆରମ୍ଭ କରିଥିଲେ। ଯାହାକି ଏବେ ଶ୍ରୀ ଅନ୍ନ ଯୋଜନା ଭାବେ ପରିଚିତ। ଏହାର ବ୍ୟାପକ ପ୍ରଚାର ପ୍ରସାର କରିବା ସହ ଜନ ସଚେତନ କରାଯାଇ ଲୋକଙ୍କୁ ପାରମ୍ପରିକ ଖାଦ୍ୟ ମାଣ୍ଡିଆ, କୁଏରୀ, କାଙ୍ଗୁ, ଯଅ, ଜନ୍ନା ଭଳି ଖାଦ୍ୟ ଖାଇବାକୁ ଲୋକଙ୍କୁ ସଚେତନ କରାଯାଉଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡି ପଞ୍ଚାୟତ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି।
ଆଞ୍ଚଳିକ ରସର୍ଚପର୍ଶନ ପ୍ରଫୁଲ ମହାପାତ୍ରଙ୍କ ସଭାପତିରେ ମୁଖ୍ୟ ଅତିଥିଭାବେ ସମିତିସଭ୍ୟା ମିତା ପ୍ରଧାନ ଯୋଗଦେଇ ଏହାର ଶୁଭ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଶ୍ରୀ ଅନ୍ନ ଯୋଜନା ଅଭିଯାନର ଜିଲା ପ୍ରକଳ୍ପ ସଂଯୋଜିକା ସବିତା ସୁବୁଦ୍ଧି ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସହକାରୀ କୃଷି ଅଧିକାରୀ ଅସଲେଶା ରଥ, ଜିଲା ଅତିରିକ୍ତ ପ୍ରକଳ୍ପ ସଂଯୋଜକ ସୁରେଶ କୁମାର ମହାପାତ୍ର, ଶ୍ରୀ ଅନ୍ନ ଅଭିଯାନର ବ୍ଲକ ଅତିରିକ୍ତ ପ୍ରକଳ୍ପ ସଂଯୋଜକ ବିମଳ କୁମାର ନାୟକ, ପ୍ରଡ୍ୟୁସର ଗ୍ରୁପର ସିଇଓ ରୂପକାନ୍ତ ପ୍ରଧାନ, ପୂର୍ବତନ ସରପଞ୍ଚ ତିଲମା ପ୍ରଧାନ ସିଆଙ୍ଗବାଲି ଗୋଷ୍ଠୀ ସ୍ବାସ୍ଥ୍ୟକର୍ମୀ ସ୍ବାାଗତିକା ପ୍ରଧାନ, ଜାଗୃତିର ସଂଯୋଜକ ଦେବାନନ୍ଦ ଦାସ, ଧ୍ରୁବ ଚରଣ ନାୟକ ପ୍ରମୁଖ ମଞ୍ଚାସିନ ରହି ଉପସ୍ଥିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀସଦସ୍ୟ ଓ ମେଳାରେ ଯୋଗ ଦେଇଥିବା ମହିଳା ମାନଙ୍କୁ ପାରମ୍ପରିକ ଚାଷ ବିଶେଷ କରି ଖୁଦ୍ର ଦାନା ଶସ୍ୟର ଚାଷ କରିବାକୁ ସଚେତନ କରିବା ସହ ପରିବାରରେ ବ୍ୟାପକ ଭାବେ ଖୁଦ୍ର ଦାନାରେ ବ୍ୟଞ୍ଜନ ତଥା ମାଣ୍ଡିଆ, କାଙ୍ଗୁ, କୁଏରୀ ରେ ଖିରୀ, ପିଠା, ପକୁଡି, ବରା, ପିଆଜି, ବିଭିନ୍ନ ପ୍ରକାର ମିଠା, ରୁଟି, ଚାଉମିନ, ପରଟା, ଇଡ଼ଲି, ପୁରୀ ଆଦି ପ୍ରସ୍ତୁତ କରି ଖାଇବାକୁ ପରାମର୍ଶ ଦେଇଥିଲେ। ପାରମ୍ପରିକ ଶସ୍ୟ ମାଣ୍ଡିଆ ନିୟମିତ ଖାଇବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ରକ୍ତଚାପ, ଡାଇବେଟିସ ଭଳି ରୋଗ ଦୂର ହେବ। ଏକାଧିକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଖୁଦ୍ର ଦାନାରେ ବିଭିନ୍ନ ମିଠା, ଖିରୀ ଓ ବିଭିନ୍ନ ଖାଦ୍ୟ ପ୍ରସ୍ତୁତ କରି ପ୍ରଦର୍ଶନ କରିଥିଲେ। ସେହିପରି ଜୈବିକ ପଦ୍ଧତିରେ ଅମଳ କରାଯାଇଥିବା ବିଭିନ୍ନ ଫଳ, ଶସ୍ୟ, ପନିପରିବା ପ୍ରଦର୍ଶନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri