ଖୋଲିବ ଶ୍ରୀମନ୍ଦିର ୪ ଦ୍ବାର: ସ୍ଥିତି ସମୀକ୍ଷା କଲେ ପ୍ରଶାସନ

ପୁରୀ,୭ା୬: ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ର୍ନିବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ ସରକାର ଗଠନ କରିବାକୁ ଯାଉଛି। ତେଣୁ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବା ନେଇ ଭକ୍ତଙ୍କ ମନରେ ଆଶା ସଞ୍ଚାର ହୋଇଛି। ଏଭଳି ସ୍ଥିତିରେ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ନେଇ ସ୍ଥିତି ସମୀକ୍ଷା କରାଯାଇଛି। ଅତିରିକ୍ତ ଜିଲାପାଳ, ଶ୍ରୀମନ୍ଦିର ପ୍ରଶାସନ ଏହାର ସ୍ଥିତି ସମୀକ୍ଷା କରିଥିବା ଜଣାପଡିଛି। ୪ ଦ୍ବାର ଖୋଲିବାକୁ ହେଲେ ବ୍ୟାରିକେଡ କରାଯିବ କି ନାହିଁ ଏହାର ମଧ୍ୟ ସମୀକ୍ଷା କରାଯାଇଛି। ଅନ୍ୟପକ୍ଷେ ସିଂହଦ୍ବାର ସାମ୍ନାରେ ଲାଗିଥିବା ଏସି ଟନେଲକୁ ଇତିମଧ୍ୟରେ ଖୋଲା ଯାଇଛି।

ସୂଚନା ଯୋଗ୍ୟ, ଗୋଟିଏ ଦ୍ୱାର ଦେଇ ବହୁସଂଖ୍ୟକ ଭକ୍ତ ଯିବା ଦ୍ୱାରା ମନ୍ଦିରରେ ପ୍ରବଳ ଗହଳି ହେଉଛି। ଏପରିକି ଅନେକ ଭକ୍ତ ଅଣନିଃଶ୍ୱାସୀ ହୋଇ ଅଚେତ ହୋଇପଡୁଥିବା ଦେଖିବାକୁ ମିଳୁଛି। ସେହିପରି ବେଳେବେଳେ ଭକ୍ତ ବାନ୍ତି କରିଦେଉଥିବାରୁ ଓ ଭିଡ଼ରେ କ୍ଷତାକ୍ତ ହୋଇ ରକ୍ତ ପଡୁଥିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି ହେଉଛି। ଏଥିଯୋଗୁ ନୀତି ବିଳମ୍ବ ହେବା ସହ ଦର୍ଶନରେ ବିଳମ୍ବ ଘଟୁଛି। ଚାରିଦ୍ୱାର ଖୋଲା ହେଉ ନ ଥିବାରୁ ଭକ୍ତମାନେ ହଇରାଣ ହୋଇ ତିକ୍ତ ଅନୁଭୂତି ନେଇ ଫେରୁଛନ୍ତି। ଭକ୍ତଙ୍କ ସୁବିଧା ଦର୍ଶନ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri