ପୁରୀ, ୩ା୯(ଅଜିତ ମହାନ୍ତି):ପୁରୀ ଜିଲା ପ୍ରଶାସନ ତଥା ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ତରଫରୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଷ୍ଣୁପ୍ରସାଦ ପତିଙ୍କ ଅଧ୍ୟକ୍ଷତାରେ ତମାଖୁ ନିୟନ୍ତ୍ରଣ ସମ୍ପର୍କିତ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ପତିଙ୍କ ନେତୃତ୍ୱରେ ଜିଲାରେ ତମାଖୁ ନିୟନ୍ତ୍ରଣ ନେଇ ଚଢ଼ାଉ ଜାରି ରହିବ। ଶ୍ରୀମନ୍ଦିର ପରିସର ସମେତ ସମସ୍ତ ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିସରକୁ ତମାଖୁମୁକ୍ତ କରାଯିବ। ସେହିପରି ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଓ ନିକଟକୁ ତମାଖୁ ମୁକ୍ତ କରାଯିବ। ଏ ସଂକ୍ରାନ୍ତରେ ପ୍ରଶାସନ ପକ୍ଷରୁ ଦୋକାନୀଙ୍କୁ ନୋଟିସ ଦିଆଯିବ। ଯେଉଁ ଦୋକାନୀ ଏହାକୁ ଅବମାନନା କରିବେ ତାଙ୍କ ଲାଇସେନ୍ସ ରଦ୍ଦ କରାଯିବ। କୋଟପା ଆଇନକୁ କଡ଼ାକଡ଼ି ପାଳନ କରାଯିବ। ପ୍ରତ୍ୟେକ ମାସରେ ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅନୁଧ୍ୟାନ କରିବେ। ଯେଉଁ ବ୍ୟକ୍ତି ଆଇନ ଉଲ୍ଲଂଘନ କରିବେ ସେମାନଙ୍କ ନାମରେ କୋର୍ଟରେ କେସ୍ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା। ବରିଷ୍ଠ ପୋଲିସ ଅଧିକାରୀ ସୁଶୀଲ ମିଶ୍ର, ଖାଦ୍ୟ ସୁରକ୍ଷା ଅଧିକାରୀ ବେଦଶ୍ରୀ ସାହୁ, ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ଜଗଦୀଶ ସାମଲ, ଏଡିଇଓ ମମତା ମିଶ୍ର, ନୋଡାଲ ଅଫିସର ଡା. ବିରଜା ଶଙ୍କର ରଥ, ଡ୍ରଗସ୍ ଇନ୍ସପେକ୍ଟର ଅଞ୍ଜନ କୁମାର ସାହୁ, ଡା. ମନୋଜ ମହାନ୍ତି, ଡା. ଅଶୋକ ମିଶ୍ର, ସାମାଜିକ କର୍ମୀ ବଦ୍ରି ମିଶ୍ର ଏବଂ ମିଶନ ଓଡ଼ିଶା କର୍ମକର୍ତ୍ତା ମଧୁସୂଦନ ମିଶ୍ର ବୈଠକରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲା ତମାଖୁ ନିୟନ୍ତ୍ରଣ କମିଟି ପରାମର୍ଶଦାତା ଡା. ସୁଶାନ୍ତ କୁମାର ବିଶ୍ୱାଳ ସଂଯୋଜନା କରିଥିଲେ।
Posted inHome, Home Left, ଆମ ଜିଲା ଖବର, ପୁରୀ View All
PM Kisan: ଆସିଲା ବଡ଼ ଅପଡେଟ୍: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା…
ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍ଶୀଘ୍ର…
ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..
ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି): ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…
ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼
ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…
ପାଇପ୍ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି
କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…
ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା
ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…
ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ
କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…
Archives

