ପୁରୀ, ୩ା୯(ଅଜିତ ମହାନ୍ତି):ପୁରୀ ଜିଲା ପ୍ରଶାସନ ତଥା ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ତରଫରୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଷ୍ଣୁପ୍ରସାଦ ପତିଙ୍କ ଅଧ୍ୟକ୍ଷତାରେ ତମାଖୁ ନିୟନ୍ତ୍ରଣ ସମ୍ପର୍କିତ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ପତିଙ୍କ ନେତୃତ୍ୱରେ ଜିଲାରେ ତମାଖୁ ନିୟନ୍ତ୍ରଣ ନେଇ ଚଢ଼ାଉ ଜାରି ରହିବ। ଶ୍ରୀମନ୍ଦିର ପରିସର ସମେତ ସମସ୍ତ ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିସରକୁ ତମାଖୁମୁକ୍ତ କରାଯିବ। ସେହିପରି ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଓ ନିକଟକୁ ତମାଖୁ ମୁକ୍ତ କରାଯିବ। ଏ ସଂକ୍ରାନ୍ତରେ ପ୍ରଶାସନ ପକ୍ଷରୁ ଦୋକାନୀଙ୍କୁ ନୋଟିସ ଦିଆଯିବ। ଯେଉଁ ଦୋକାନୀ ଏହାକୁ ଅବମାନନା କରିବେ ତାଙ୍କ ଲାଇସେନ୍ସ ରଦ୍ଦ କରାଯିବ। କୋଟପା ଆଇନକୁ କଡ଼ାକଡ଼ି ପାଳନ କରାଯିବ। ପ୍ରତ୍ୟେକ ମାସରେ ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅନୁଧ୍ୟାନ କରିବେ। ଯେଉଁ ବ୍ୟକ୍ତି ଆଇନ ଉଲ୍ଲଂଘନ କରିବେ ସେମାନଙ୍କ ନାମରେ କୋର୍ଟରେ କେସ୍ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା। ବରିଷ୍ଠ ପୋଲିସ ଅଧିକାରୀ ସୁଶୀଲ ମିଶ୍ର, ଖାଦ୍ୟ ସୁରକ୍ଷା ଅଧିକାରୀ ବେଦଶ୍ରୀ ସାହୁ, ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ଜଗଦୀଶ ସାମଲ, ଏଡିଇଓ ମମତା ମିଶ୍ର, ନୋଡାଲ ଅଫିସର ଡା. ବିରଜା ଶଙ୍କର ରଥ, ଡ୍ରଗସ୍ ଇନ୍ସପେକ୍ଟର ଅଞ୍ଜନ କୁମାର ସାହୁ, ଡା. ମନୋଜ ମହାନ୍ତି, ଡା. ଅଶୋକ ମିଶ୍ର, ସାମାଜିକ କର୍ମୀ ବଦ୍ରି ମିଶ୍ର ଏବଂ ମିଶନ ଓଡ଼ିଶା କର୍ମକର୍ତ୍ତା ମଧୁସୂଦନ ମିଶ୍ର ବୈଠକରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲା ତମାଖୁ ନିୟନ୍ତ୍ରଣ କମିଟି ପରାମର୍ଶଦାତା ଡା. ସୁଶାନ୍ତ କୁମାର ବିଶ୍ୱାଳ ସଂଯୋଜନା କରିଥିଲେ।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...
ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…
ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...
ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…
ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...
ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର
ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...
ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ
ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...
ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ
ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...
ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...
ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି
ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...
Archives


