ଶ୍ରୀମନ୍ଦିର ପରିସର, ଶିକ୍ଷାନୁଷ୍ଠାନ ନିକଟ ହେବ ତମାଖୁମୁକ୍ତ

ପୁରୀ, ୩ା୯(ଅଜିତ ମହାନ୍ତି):ପୁରୀ ଜିଲା ପ୍ରଶାସନ ତଥା ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ତରଫରୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଷ୍ଣୁପ୍ରସାଦ ପତିଙ୍କ ଅଧ୍ୟକ୍ଷତାରେ ତମାଖୁ ନିୟନ୍ତ୍ରଣ ସମ୍ପର୍କିତ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ପତିଙ୍କ ନେତୃତ୍ୱରେ ଜିଲାରେ ତମାଖୁ ନିୟନ୍ତ୍ରଣ ନେଇ ଚଢ଼ାଉ ଜାରି ରହିବ। ଶ୍ରୀମନ୍ଦିର ପରିସର ସମେତ ସମସ୍ତ ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିସରକୁ ତମାଖୁମୁକ୍ତ କରାଯିବ। ସେହିପରି ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଓ ନିକଟକୁ ତମାଖୁ ମୁକ୍ତ କରାଯିବ। ଏ ସଂକ୍ରାନ୍ତରେ ପ୍ରଶାସନ ପକ୍ଷରୁ ଦୋକାନୀଙ୍କୁ ନୋଟିସ ଦିଆଯିବ। ଯେଉଁ ଦୋକାନୀ ଏହାକୁ ଅବମାନନା କରିବେ ତାଙ୍କ ଲାଇସେନ୍ସ ରଦ୍ଦ କରାଯିବ। କୋଟପା ଆଇନକୁ କଡ଼ାକଡ଼ି ପାଳନ କରାଯିବ। ପ୍ରତ୍ୟେକ ମାସରେ ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅନୁଧ୍ୟାନ କରିବେ। ଯେଉଁ ବ୍ୟକ୍ତି ଆଇନ ଉଲ୍ଲଂଘନ କରିବେ ସେମାନଙ୍କ ନାମରେ କୋର୍ଟରେ କେସ୍‌ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା। ବରିଷ୍ଠ ପୋଲିସ ଅଧିକାରୀ ସୁଶୀଲ ମିଶ୍ର, ଖାଦ୍ୟ ସୁରକ୍ଷା ଅଧିକାରୀ ବେଦଶ୍ରୀ ସାହୁ, ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ଜଗଦୀଶ ସାମଲ, ଏଡିଇଓ ମମତା ମିଶ୍ର, ନୋଡାଲ ଅଫିସର ଡା. ବିରଜା ଶଙ୍କର ରଥ, ଡ୍ରଗସ୍‌ ଇନ୍ସପେକ୍ଟର ଅଞ୍ଜନ କୁମାର ସାହୁ, ଡା. ମନୋଜ ମହାନ୍ତି, ଡା. ଅଶୋକ ମିଶ୍ର, ସାମାଜିକ କର୍ମୀ ବଦ୍ରି ମିଶ୍ର ଏବଂ ମିଶନ ଓଡ଼ିଶା କର୍ମକର୍ତ୍ତା ମଧୁସୂଦନ ମିଶ୍ର ବୈଠକରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲା ତମାଖୁ ନିୟନ୍ତ୍ରଣ କମିଟି ପରାମର୍ଶଦାତା ଡା. ସୁଶାନ୍ତ କୁମାର ବିଶ୍ୱାଳ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri