Posted inଜାତୀୟ

ଶ୍ରୀଶ୍ରୀ ଦାଦାଙ୍କ ଅସ୍ଥି ବିସର୍ଜନ

ହରିଦ୍ୱାର,୨୧।୫: ହରିଦ୍ବାରଠାରେ ସତ୍‌ସଙ୍ଗର ପୂର୍ବତନ ଆଚାର୍ଯ୍ୟଦେବ ଶ୍ରୀଶ୍ରୀ ଦାଦା (ଶ୍ରୀଶ୍ରୀ ଅଶୋକ ଚକ୍ରବର୍ତ୍ତୀ)ଙ୍କ ପବିତ୍ର ଅସ୍ଥି ଓ ଚିତାଭସ୍ମ ବିସର୍ଜନ କରାଯାଇଛି। ତାଙ୍କର କନିଷ୍ଠାତ୍ମଜ ପୂଜନୀୟ ଅନିନ୍ଦ୍ୟଦ୍ୟୁତି ଚକ୍ରବର୍ତ୍ତୀ (ପୂଜନୀୟ ବିଙ୍କିଦା)ଙ୍କ ଦ୍ବାରା ହଜାର ହଜାର ସତ୍‌ସଙ୍ଗୀଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ କରାଯାଇଛି। ଶୁକ୍ରବାର ସକାଳେ ଶ୍ରୀଶ୍ରୀଦାଦାଙ୍କ ଅସ୍ଥି ଓ ଚିତାଭସ୍ମ ଧରି ପୂଜନୀୟ ବିଙ୍କିଦା’ ହରିଦ୍ବାରରେ ପହଞ୍ଚିଥିଲେ। ଏହାପରେ ବୈଦିକ କର୍ମକାଣ୍ଡ ଅନୁସାରେ ଗଙ୍ଗା ନଦୀକୂଳରେ ଶ୍ରାଦ୍ଧକର୍ମାଦି ସମାପନ ହୋଇଥିଲା। ପରେ ଶ୍ରୀଶ୍ରୀଦାଦାଙ୍କ ଚିତାଭସ୍ମ ଗଙ୍ଗାନଦୀର ବ୍ରହ୍ମକୁଣ୍ଡରେ ବିସର୍ଜନ କରାଯାଇଥିଲା। ଭାରତ ସେବାଶ୍ରମ ସଂଘର ସ୍ବୀକୃତିପ୍ରାପ୍ତ ପୁରୋହିତ ଅଭିନବ ଶାସ୍ତ୍ରୀ ଓ ଅଭିନବ ସିଦ୍ଧାର୍ଥ ଶାସ୍ତ୍ରୀ ବିସର୍ଜନ ପୂଜାବିଧି ସମାପ୍ତ କରିଥିଲେ।

ଏହାପରେ ବ୍ୟାସଗାଦି, ପ୍ରୟାଗରାଜ, ବାରାଣସୀ, କାବେରୀ, ସାଗରସଙ୍ଗମ, କନ୍ୟାକୁମାରୀ, ନର୍ମଦା, ଗୋଦାବରୀ, ଦ୍ବାରିକା, ପୁରୀ ମହୋଦଧି, ସିନ୍ଧୁନଦୀ, ବ୍ରହ୍ମପୁତ୍ର, ବାଂଲାଦେଶର ପାବନାସ୍ଥିତ ପଦ୍ମାନଦୀରେ ମଧ୍ୟ ଚିତାଭସ୍ମ ବିସର୍ଜନ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri